Posted inଜାତୀୟ

ଜେଜେପି ସର୍ତ୍ତର ଉତ୍ତର ରଖିଲେ ହୁଡ୍ଡା

ନୂଆଦିଲ୍ଲୀ,୨୫।୧୦: ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତ ଚୌତାଲା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇ ହରିୟାଣାରେ ସରକାର ଗଠନକୁ ନେଇ କିଛି ମତ ରଖିଥିଲେ। ହରିୟାଣା ବିଧାନସଭା ନିର୍ବାଚନରେ ଜେଜେପି ତୃତୀୟ ନମ୍ବର ଦଳ ଭାବେ ଉଭା ହୋଇଛି। ଏବେ ସେଠାରେ ଭାଜପା କି କଂଗ୍ରେସ କାହାକୁ ସଂଖ୍ୟା ଗରିଷ୍ଠତା ନ ମିଳିବା ବେଳେ ଏମାନେ ସରକାର ଗଠନ ପାଇଁ ଜେଜେପି ବା ସ୍ବାଧିନ ପ୍ରାର୍ଥୀଙ୍କ ସହାୟତା ଲୋଡିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଜେଜେପି ନେତା ଦୁଷ୍ୟନ୍ତ କହିଛନ୍ତି ଯେଉଁ ଦଳ ଆମ ସର୍ତ୍ତ ମାନିନେବ ଆମେ ତାକୁ ସହଯୋଗ କରିବୁ। ତାଙ୍କର କମନ ମିନିମମ ପ୍ରୋଗ୍ରାମରେ ସେ କହିଛନ୍ତି ହରିୟାଣାବାସୀଙ୍କ ପାଇଁ ଚାକିରି କ୍ଷେତ୍ରରେ ୭୫ ପ୍ରତିଶତ ସଂରକ୍ଷଣ ଓ ବାର୍ଦ୍ଧକ୍ୟ ଭତ୍ତା। ଏହାପରେ ଦୁଷ୍ୟନ୍ତଙ୍କ ଏହି ସର୍ତ୍ତର ଉତ୍ତର ରଖିଛନ୍ତି କଂଗ୍ରେସ ନେତା ଭୁପିନ୍ଦର ସିଂ ହୁଡ୍ଡା। ସେ କହିଛନ୍ତି, ଜେଜେପି ଯେଉଁ ସର୍ତ୍ତ ରଖିଛି ତାହା ପୂର୍ବରୁ କଂଗ୍ରେସ ତା’ର ଘୋଷଣା ପତ୍ରରେ ରଖିଛି। ତେଣୁ ଏବେ ଜେଜେପି କ’ଣ ନିଷ୍ପତ୍ତି ନେବ ତାହା ଦୁଷ୍ୟନ୍ତଙ୍କ ଉପରେ ନିର୍ଭର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri