ଜେଜେମା’ ଜେଜେବାପା ଅଲୋଡ଼ା: କଥାଘର ଦେଉଛି ଗଳ୍ପ ଶୁଣାଇବାର ସୁଯୋଗ

ନୟାଗଡ ଅଫିସ,୧।୩- ଶିଶୁମାନେ ନିଜ ପରିବାରରୁ ଜେଜେମା, ଜେଜେବାପା, ଆଈ ଓ ଅଜାଙ୍କଠାରୁ ବିଭିନ୍ନ ପ୍ରକାର କଳ୍ପନାମତ୍କ କାହାଣୀ ଓ ଗଳ୍ପ ଶୁଣି ମଜା ଉଠାଉଥିଲେ । ହେଲେ ପରିବାରରେ ଜେଜେମା’ ଓ ଜେଜେବାପା ଅଲୋଡା ହୋଇ ପଡିଛନ୍ତି । ଏବେ ଆଉ ଯୌଥ ପରିବାର ଦେଖିବାକୁ ମିଳୁନି । ଏକାନ୍ନବର୍ତ୍ତୀ ପରିବାରରେ ଜେଜେମା, ଜେଜେବାପାଙ୍କର ଆଉ ସ୍ଥାନ ନାହିଁ । ପରିବାରର ସଂଜ୍ଞା ବଦଳି ଯାଇଛି । ପରିବାର କହିଲେ ମା’ ବାପା ପୁଅ ଝିଅକୁ ବୁଝାଉଛି । ପିଲାମାନେ ଧୀରେ ଧୀରେ ଗଳ୍ପ ଶୁଣିବାର ମଜା ହରାଇ ଚାଲିଛନ୍ତି । ଏପରିସ୍ଥଳେ ଗଳ୍ପ ଶୁଣିବାର ପ୍ରୟାସ କଥାଘର ମାଧ୍ୟମରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ସୁଯୋଗ ଆଣି ଦେଇଛି । ଏଭଳି ଏକ କାର୍ଯ୍ୟକ୍ରମ ସାହିତ୍ୟ ଏକାଡ଼େମୀ ପକ୍ଷରୁ ଶରଣକୁଳ ନିକଟବର୍ତ୍ତୀ ଶିଖରପୁର ଦଧିବାମନ ଜୀଉ ଉଚ୍ଚ ବିଦ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାସ ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଶା ସାହିତ୍ୟ ଏକାଡେମୀର ନୟାଗଡ଼ ଜିଲା ସଦସ୍ୟ ନିର୍ମଳ ଚନ୍ଦ୍ର ଶୂରଦେଓ ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ ା ଅନ୍ୟତମ ଅତିଥି ଭାବେ ଶିକ୍ଷକ ପ୍ରଶାନ୍ତ କୁମାର ଦାଶ, କବି ଅଶୋକ ମଲ୍ଲ, ଶିକ୍ଷକ ନେତା ଶେଖ୍‌ ଅବଦୁଲ ଖାଲିକ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଶିକ୍ଷଣୀୟ କାହାଣୀ ଓ ଗଳ୍ପ ମାଧ୍ୟମରେ ଅନେକ ହିତୋପଦେଶ ଦେଇଥିଲେ । ଶିକ୍ଷକ ବିଭୂତି ଭୂଷଣ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?