Posted inଜାତୀୟ

ଜେଟଲୀଙ୍କୁ କ୍ଷମା ମାଗିଥିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅରୁଣ ଜେଟଲୀ ଆଉ ଆମ ଗହଣରେ ନାହାଁନ୍ତି ସତ। ହେଲେ ତାଙ୍କର କିଛି କାର୍ଯ୍ୟ ଏବେବି ଅନେକଙ୍କ ମନରେ ଅଭୁଲା ହୋଇ ରହିଯାଇଛି। ୬୬ ବର୍ଷ ବୟସରେ ଶନିବାର ଜେଟଲୀଙ୍କର ପରଲୋକ ହୋଇଛି। ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଅତିତରେ ଜେଟଲୀଙ୍କ ନାଁରେ ଆଣିଥିବା ଭ୍ରଷ୍ଟାଚାର ମାମଲାକୁ ନେଇ ଶେଷରେ କେଜରିଓ୍ବାଲ ତାଙ୍କୁ କ୍ଷମା ମାଗିବା ସହ ସମସ୍ତ ଅଭିଯୋଗକୁ ଫେରାଇ ନେଇଥିବା ଘଟଣା ଆଜିବି ଅଭୁଲା ହୋଇ ରହିଛି। ଜେଟଲୀ ଯେତେବେଳେ ଡିଡିସିଏର ଅଧ୍ୟକ୍ଷ ଥିଲେ ସେତେବେଳେ ସେ ୧୩ ବର୍ଷ ମଧ୍ୟରେ ଭଷ୍ଟ୍ରାଚାର କରିଥିଲେ ବୋଲି କେଜରିଓ୍ବାଲଙ୍କ ସମେତ ତାଙ୍କ ଦଳର ନେତାମାନେ ଅଭିଯୋଗ କରିଥିଲେ। ଏହାପରେ ଜେଟଲୀ କେଜରିଓ୍ବାଲଙ୍କ ସମେତ କୁମାର ବିଶ୍ୱାସ, ଆଶୁତୋଷ, ସଞ୍ଜୟ ସିଂ, ରାଘବ ଚଡ୍ଡା ଓ ଦୀପକ ବାଜପେୟୀଙ୍କ ନାଁରେ ମାନହାନୀ ମାମଲା କରିବା ସହ ୧୦ କୋଟି ଟଙ୍କା କ୍ଷତି ପୂରଣ ରାଶି ଦାବି କରିଥିଲେ। ଏହାପରେ ଦିଲ୍ଲୀ ହାଇକୋର୍ଟ ଦୌଡି ଦୌଡି ଶେଷରେ କେଜରିଓ୍ବାଲ ଜେଟଲୀ ଓ ତାଙ୍କ ପରିବାରକୁ କ୍ଷମା ମାଗିବା ସହ ସମସ୍ତ ଅଭିଯୋଗକୁ ଫେରାଇ ନେଇଥିଲେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?