Posted inଜାତୀୟ

ଜେଟଲୀଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ୬୬ ବର୍ଷ ବୟସରେ ପରଲୋକ ହୋଇଛି। ଏମ୍ସର ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ଦିନ ୧୨ଟା ୭ରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ ସଙ୍ଗିତା ଜେଟଲୀ, ପୁଅ ରୋହନ ଓ ଝିଅ ସୋନାଲି ଜେଟଲୀ ବକ୍ସିଙ୍କ ସହ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ତେବେ ଜେଟଲୀଙ୍କ ବିୟୋଗରେ ଭାରତୀୟ ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତାଙ୍କ ପରଲୋକରେ ସବୁ ମହଲରୁ ଶୋକ ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, ଅଗଷ୍ଟ ୯ରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଜେଟଲୀ ଏମ୍ସରେ ଭର୍ତ୍ତି ହେବା ପରଠାରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବାକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓ ଭାଜପାର ଅନ୍ୟ ବରିଷ୍ଠ ନେତାମାନେ ଏମ୍ସ ଯାଉଥିଲେ। ସୂଚନାଯୋଗ୍ୟ, ପ୍ରଥମେ ୨୦୦୦ ମସିହାରେ ଜେଟଲୀ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଶାସନ କାଳରେ କ୍ୟାବିନେଟ ମନ୍ତ୍ରୀଭାବେ କାମ କରିଥିଲେ। ୨୦୦୯ରେ ସେ ରାଜ୍ୟ ସଭାରେ ବିରୋଧୀ ଦଳ ନେତା ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ୨୦୧୪ରେ ମୋଦି ସରକାରଙ୍କ ଶାସନ ସମୟରେ ସେ ଅର୍ଥ ବିଭାଗ ଭଳି ଗୁରୁ ଦାୟିତ୍ୱ ସମ୍ଭାଳି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?