ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗୁଜବ

ନୂଆଦିଲ୍ଲୀ,୨୭-୫: କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ନେଇ ସୋସିଆଲ ମିଡିଆରେ ହେଉଥିବା ପ୍ରଚାର ଏକ ଗୁଜବ ବୋଲି ସରକାରୀ ମୁଖପାତ୍ର କହିଛନ୍ତି। ସୋସିଆଲ ମିଡିଆରେ ହେଉଥିତ୍ବା ପ୍ରଚାର ସମ୍ପୂର୍ଣ୍ଣ ଭୁଲ୍‌ ଏବଂ ଭିତ୍ତିହୀନ ବୋଲି ସେ କହିଛନ୍ତି। ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି) ମହାନିର୍ଦ୍ଦେଶକ ତଥା କେନ୍ଦ୍ର ସରକାରଙ୍କ ମୁଖପାତ୍ର ସିତାଂଶୁ କର ରବିବାର ଟୁଇଟର୍‌ରେ ଲେଖିଛନ୍ତି ଯେ, ଜେଟ୍‌ଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରେ ଲାଗିଛି ବୋଲି କେତେକ ମିଡିଆରେ ଚାଲିଥିବା ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଭଳି ଗୁଜବରୁ ଦୂରେଇ ରହିବା ଲାଗି ମିଡିଆକୁ ପରାମର୍ଶ ଦିଆଯାଉଛି। ଉଲ୍ଲେଖଥାଉ କି, ନୂଆ ସରକାରଙ୍କ ଦ୍ୱାରା ଉପସ୍ଥାପିତ ହେବାକୁ ଥିବା ୨୦୧୯-୨୦ର ପୂର୍ଣ୍ଣାଙ୍ଗ ବଜେଟ୍‌ ସମ୍ପର୍କରେ ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ତାଙ୍କର କିଡ୍‌ନୀ ପ୍ରତ୍ୟାରୋପଣ କରାଯାଇଥିଲା। ଏଥିପାଇଁ ତାଙ୍କୁ ବାରମ୍ବାର ଡାକ୍ତରଙ୍କ ପରାମର୍ଶ ନେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri