Posted inଜାତୀୟ

ଜେଡିୟୁର ଗୁରୁତ୍ୱପୂର୍ଣ୍ଣ ବୈଠକ: ନୀତୀଶଙ୍କ ସହ ଅଛନ୍ତି ପ୍ରଶାନ୍ତ କିଶୋର

ପାଟନା,୯।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ପାଟନାରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ଏନ୍‌ଡିଏର ବିରୋଧି ମମତା ବାନାର୍ଜୀଙ୍କ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିବାକୁ ଯାଇ ଚର୍ଚ୍ଚାରେ ଥିବା ପ୍ରଶାନ୍ତ କିଶୋର ମଧ୍ୟ ଉପସ୍ଥିତ ଅଛନ୍ତି। ଏହାସହ ଦଳର ବରିଷ୍ଠ ନେତା ବଶିଷ୍ଠ ନାରାୟଣ ସିଂ, ପ୍ରବକ୍ତା କେସି ତ୍ୟାଗି, ପ୍ରଦେଶ ଅଧ୍ୟକ୍ଷ ଓ ଜିଲାଧ୍ୟକ୍ଷଙ୍କ ସହ ଅନ୍ୟ ନେତାମାନେ ଉପସ୍ଥିତ ଅଛନ୍ତି। ଆଲୋଚନା ହେଉଛି କି ଏହି ବୈଠକରେ ନୀତୀଶ କୁମାର କୌଣସି ବଡ ନିଷ୍ପତ୍ତି ନେଇପାରନ୍ତି। ସୂଚନାଯୋଗ୍ୟ, ଲୋକସଭା ନିର୍ବାଚନ ପରେ ଏହା ଜେଡିୟୁର ପ୍ରଥମ ବୈଠକ। ଏଥିରେ ପାର୍ଟିର ବିଭିନ୍ନ ମୁଦ୍ଦା ଉପରେ ଆଲୋଚନା କରାଯିବ। ଲୋକ ସଭା ନିର୍ବାଚନ ପରେ ଏବେ ଦଳର ନଜର ରହିବ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନ ଉପରେ। ଏଥିରେ ଯଦି ପ୍ରଶାନ୍ତ ମମତାଙ୍କୁ ସମର୍ଥନ କରନ୍ତି ତେବେ ନୀତୀଶ ବୋଧହୁଏ ଏହାକୁ ଏଡାଇ ଯାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri