ଜେଡ୍‌ଏସ୍‌ଆଇ ସହ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ୍‌ଓୟୁ: ଉଚ୍ଚଶିକ୍ଷା ପାଇଁ ବାଟ ଫିଟିଲା

କଟକ ଅଫିସ,୧୨ା୧: ଭାରତର ଏକ ପୁରାତନ ତଥା ୧୦୩ ବର୍ଷର ସଂସ୍ଥା ଜୁଲୋଜିକାଲ ସର୍ଭେ ଅଫ ଇଣ୍ଡିଆ(ଜେଡ୍‌ଏସ୍‌ଆଇ)ର ବିଶିଷ୍ଟ ବୈଜ୍ଞାନିକମାନଙ୍କ ନିକଟରୁ ଶିକ୍ଷା ହାସଲ କରିବାର ସୁଯୋଗ ଏବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ର ପାଇବେ। ଏ ନେଇ ଜେଡ୍‌ଏସ୍‌ଆଇ ଓ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଥିଲା। ଜେଡ୍‌ଏସ୍‌ଆଇ ନିର୍ଦ୍ଦେଶକ ଡ. କୈଳାସ ଚନ୍ଦ୍ର ଓ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଏହି ଚୁକ୍ତିନାମାରେ ସ୍ବାକ୍ଷର କରିଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ପ୍ରାଣୀ ଓ ଉଦ୍ଭିଦ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ସମେତ ବାୟୋ ଟେକ୍ନୋଲୋଜି, ବାୟୋ କେମେଷ୍ଟ୍ରି ବିଭାଗର ବିଦ୍ୟାର୍ଥୀମାନଙ୍କୁ ଏହି ବିଶେଷ ସୁବିଧା ମିଳିବ। ଉକ୍ତ ବିଭାଗଗୁଡ଼ିକରେ ସ୍ନାତକୋତ୍ତର, ଏମ୍‌ଫିଲ୍‌ ଓ ପିଏଚ୍‌ଡି କରୁଥିବା ଛାତ୍ରୀଛାତ୍ରଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜେଡ୍‌ଏସ୍‌ଆଇର କଲିକତାସ୍ଥିତ କେନ୍ଦ୍ରକୁ ପଠାଯିବ। ଏପରି କି ଜେଡ୍‌ଏସ୍‌ଆଇର ବୈଜ୍ଞାନିକମାନେ ମଧ୍ୟ ଆଗାମୀ ଦିନରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟକୁ ଅତିଥି ଅଧ୍ୟାପକ ଭାବେ ଆସିବେ ବୋଲି ଏହି ଅବସରରେ କୁହାଯାଇଛି। ଜେଡ୍‌ଏସ୍‌ଆଇ ଓଡ଼ିଶାରେ ପ୍ରଥମଥର ନିମନ୍ତେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ସହ ଏପରି ଏମ୍‌ଓୟୁ ସ୍ବାକ୍ଷର କରିଛି ବୋଲି ଏହାର ନିର୍ଦ୍ଦେଶକ ଡ. କୈଳାସ କହିଥିଲେ। ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ହାସଲ ନିମନ୍ତେ ଏହା ଏକ ବିସ୍ତୃତ ପଥ ବୋଲି କୁଳପତି ପାତ୍ର କହିଛନ୍ତି। ଏହି ଅବସରରେ ବରିଷ୍ଠ ଅଧିକାରୀ ପ୍ରଫେସର ପଦନ କୁମାର ଜେନା, ପ୍ରଫେସର ସଙ୍ଗୀତା ରଥ, ଚଣ୍ଡୀ ପ୍ରସାଦ ନନ୍ଦ, କିଶୋର ଦାସ, ଡ. ଜ୍ଞାନରଞ୍ଜନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ରେଳ ବିଭାଗ କଲା ବଡ଼ ଘୋଷଣା: ଖୁସିରେ ରେଲୱେ ଷ୍ଟେଶନରେ ବିଜୟ ଉତ୍ସବ ପାଳିଲେ ବିଜେଡିର କର୍ମକର୍ତ୍ତା, ଜନସାଧାରଣ

ବଲାଙ୍ଗୀର, ୨୨।୫ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନଠାରେ ବିଜେଡିର ଶତାଧିକ କର୍ମକର୍ତ୍ତା, ବିଭିନ୍ନ ସଙ୍ଗଠନର ସଦସ୍ୟ ଓ ଜନସାଧାରଣ ଶୁକ୍ରବାର ବିଜୟ ଉତ୍ସବ ପାଳନ…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

ବିଦ୍ୟୁତ୍‌ କାଟ୍‌କୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୫: ବିଦ୍ୟୁତ୍‌ କାଟ୍‌କୁ ନେଇ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁକ୍ରବାର ମୁହଁ ଖୋଲିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି ଯେ, ରାଜ୍ୟରେ ଯେଉଁପରି ହିଟଓଭେ ଚାଲିଛି,…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

୭୫ ଲକ୍ଷ ଟଙ୍କା ଠକେଇ ମାମଲା: ଲ୍ୟାମ୍ପ ଏମଡି ଗିରଫ

ଗୁଣପୁର,୨୨/୫(ସୁଜାତା ପାଢ଼ୀ):ସମବାୟ ଅନୁଷ୍ଠାନରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସୱରୂପ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ରାୟଗଡ଼ା ଜିଲାର କେ.ସିଂହପୁର ବୃହତ୍‌ ଅଞ୍ଚଳ ବହୁମୁଖୀ ସମବାୟ…

ଚୁଆକୁ ପାଣି ପିଇବାକୁ ଆସିଲା କୁଟ୍ରା, ଘେରିଗଲେ କୁକୁର: ଆଉ ତା’ପରେ ଘଟିଲା..

ରାଇକିଆ,୨୨।୫-(ପ୍ରଦୀପ ବେହେରା): ଜଙ୍ଗଲରୁ ପାଣି ସନ୍ଧାନରେ ଗାଁ ନିକଟକୁ ଚାଲିଆସିଥିବା ଏକ କୁଟ୍ରାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଛି ରାଇକିଆ ବନବିଭାଗ। ପାଟଳୀ ସାହି ନିକଟ ଏକ…

ସମସ୍ୟାର ସ୍ଥାୟୀ ସମାଧାନ ନେଇ ବିଧାୟକଙ୍କ ଆଲୋଚନା: ପ୍ରତିଶ୍ରୁତି ଦେଇ କହିଲେ…

ଗଞ୍ଜାମ,୨୨।୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଗ୍ରାମବାସୀଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri