ଜେନାପୁର ଡାକ୍ତରଖାନାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଜେନାପୁର ଡାକ୍ତରଖାନା ସ୍ବାସ୍ଥ୍ୟାବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ଜିଲା ପ୍ରଶାସନ ଓ ସ୍ବାସ୍ଥ୍ୟ ପ୍ରଶାସନ ପାଖରେ ଦାବି ରଖିଥିଲେ ମଧ୍ୟ ଏହି ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ୟାଗୁଡ଼ିକ ସମାଧାନ କରାଗଲା ନାହିଁ। ଏହି ସମସ୍ୟା ସମ୍ପର୍କରେ ଶେଷଥର ପାଇଁ ଗତ ସପ୍ତାହରେ ସ୍ଥାନୀୟ ବୃନ୍ଦାଦେଇପୁର ବଣମଲି ସାହିତ୍ୟ ଓ ସେବା ସଂଗଠନ ପକ୍ଷରୁ ଜେନାପୁର ଡାକ୍ତରଖାନା ପର୍ଯ୍ୟନ୍ତ ଏକ ପ୍ରତିବାଦ ଶୋଭାଯାତ୍ରା କରାଯିବା ସହିତ ଯାଜପୁର ଜିଲାପାଳ ଏବଂ ସିଡିଏମ୍‌ଓଙ୍କୁ ଅବଗତ କରାଯାଇଥିଲା। ଚଳିତମାସ ୨୪ତାରିଖ ସୁଦ୍ଧା ଡାକ୍ତର ଓ ଫାର୍ମାସିଷ୍ଟ ନିଯୁକ୍ତି ସହିତ କର୍ମଚାରୀ ସମସ୍ୟା ପୂରଣ କରିବା, ପ୍ରସୂତି ବିଭାଗକୁ ଚାଲୁ କରିବା ଏବଂ ଅନ୍ୟାନ୍ୟ ସମସ୍ୟାର ସମାଧାନ କରିବା ପାଇଁ ପ୍ରଶାସନକୁ ସେବା ସଂଗଠନ ଅନୁରୋଧ କରାଯାଇଥିଲା। ତେବେ ସମସ୍ୟା ସମାଧାନ ତ ଦୂରର କଥା, ସଂଗଠନର କର୍ମକର୍ତ୍ତାଙ୍କ ସହିତ କେହି ଆଲୋଚନା ମଧ୍ୟ କଲେ ନାହିଁ। ଫଳରେ ସେବା ସଂଗଠନର ସଭାପତି ନିର୍ମଳ କୁମାର ପ୍ରଧାନ ଓ ବରିଷ୍ଠ ସଭ୍ୟ ଲାଲ୍‌ମୋହନ ଶତପଥୀ ବୁଧବାର ଜିଲାପାଳଙ୍କ ଅଫିସ ଆଗରେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ଦାବୀ ପୂରଣ ନ ହେବାପର୍ଯ୍ୟନ୍ତ ଏହି ଅନଶନ ଚାଲୁ ରହିବ ବୋଲି ସଭାପତି ପ୍ରଧାନ ଓ ସାଧାରଣ ସଂପାଦକ ସରୋଜ କାନ୍ତ ବେହେରା ସୂଚନା ଦେଇଛନ୍ତି । ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ବିଭିନ୍ନ ଦିଗରୁ ଗୁରୁତ୍ୱ ବହନ କରେ। ଧର୍ମଶାଳା ଓ ପଡ଼ୋଶୀ ଢେଙ୍କାନାଳ ଜିଲାର ନିହଲପ୍ରସାଦ ଅଞ୍ଚଳର ପାଖାପାଖି ୫୦ହଜାର ଲୋକ ସ୍ବାସ୍ଥ୍ୟସେବା ପାଇଁ ଏହାଉପରେ ନିର୍ଭର କରିଥାନ୍ତି। ଦୀର୍ଘଦିନ ଏଠାରେ ଡାକ୍ତର, ଫାର୍ମାସିଷ୍ଟ ନ ଥିବାବେଳେ କର୍ମଚାରୀଙ୍କ ଅଭାବ ପରିଲ୍ଲକ୍ଷିତ ହେଉଛି। ଏପରି କି ଏହି ସ୍ବାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା, କୁକୁର କାମୁଡ଼ା ଇଞ୍ଜେକ୍ସନ ଠାରୁ ଆରମ୍ଭ କରି ଜୀବନ ରକ୍ଷାକାରୀ ଔଷଧ ମଧ୍ୟ ମିଳୁନାହିଁ । ଆମରଣ ଅନଶନକୁ ସମର୍ଥନ ଜଣାଇ ଅଞ୍ଚଳର ବରିଷ୍ଠ ନାଗରିକ ନଟବର ଦଳାଇ, ପଦ୍ମନାଭ ଶତପଥି, ରଞ୍ଜନ ଶତପଥି, ବଳରାମ ଦାସ, କୀର୍ତ୍ତନ ବିହାରୀ ସାହୁ ପ୍ରମୁଖ ଏହି ଗଣଧାରଣାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri