Posted inପୁରୀ

ଜେନା ସାହିରେ ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ୧୨ ବଖରା

ପିପିଲି,୪ା୬(ଡି.ଏନ୍‌.ଏ./ସ୍ବ.ପ୍ର.)-ପୁରୀ ଜିଲା ପିପିଲି ବ୍ଲକର ଏକ କତା କମ୍ପାନୀରେ ଲାଗିଥିବା ଅଗ୍ନିକାଣ୍ଡ ଘଟଣାକୁ ୨୪ ଘଣ୍ଟା ନପୂରୁଣୁ ଦୁର୍ଗାଦାଶପୁର ପଞ୍ଚାୟତ ଠଣଠଣା ଗ୍ରାମ ଜେନା ସାହିରେ ଗୁରୁବାର ଏକ ଗ୍ୟାସ ସିଲିଣ୍ଡର ଫାଟି ୧୨ବଖରା ଘର ଜଳିଯାଇଛି। ସୂଚନା ମୁତାବକ, ଜେନା ସାହିର ଦୁଃଖି ଜେନାଙ୍କ ଘରେ ପୂର୍ବାହ୍ନରେ ରୋଷେଇ ଚାଲୁଥିବା ସମୟରେ ହଠାତ୍‌ ଗ୍ୟାସରେ ନିଆଁ ଲାଗିଯାଇଥିଲା। ଭୟରେ ସମସ୍ତ ଘରୁ ବାହାରକୁ ଆସିଯାଇଥିବା ବେଳେ ଅଳ୍ପକେ ମଧ୍ୟରେ ଗ୍ୟାସ ସିଲିଣ୍ଡର ଫାଟି ଶବ୍ଦ ହୋଇ ଘର ପୋଡିଯିବା ସହ ନଡ଼ିଆ ଗଛରେ ନିଆଁ ଲାଗି ଯାଇଥିଲା। ନିଆଁର ପ୍ରକୋପ ଏତେ ଜୋରରେ ଥିଲା ସଙ୍ଗେ ସଙ୍ଗେ ପଡ଼ୋଶୀ ଧଡୁ ଜେନା, ସନାତନ ଜେନା, ପବନା ଜେନା, ପ୍ରମୋଦ ଚରଣ ଜେନା, ମଞ୍ଜୁ ବେୱା, ଅଜୁ ମଲ୍ଲିକ ଓ ଆଲୋକ ଜେନାଙ୍କ ଚାଳ ଘରଗୁଡିକୁ ଲାଗିଯାଇଥିଲା। ଖବରପାଇ ପିପିଲି ଓ ସାକ୍ଷୀଗୋପାଳରୁ ଦମକଳ ପହଞ୍ଚତ୍ ନିଆଁକୁ ଆୟତ୍ତ କଲାବେଳକୁ ଘରର ସମସ୍ତ ଆସବାବପତ୍ର ସହ ଧାନ, ଚାଉଳ, ସଉଦା ସବୁ ପୋଡିଯାଇଥିଲା। ଘଟଣାସ୍ଥଳରେ ବିଧାୟକ ପ୍ରଦୀପ ମହାରଥି ପହଞ୍ଚତ୍ ଅଗ୍ନିବିପନ୍ନଙ୍କୁ ଭେଟି ଚାଉଳ, ବିସ୍କୁଟ ଓ ପଲିଥିନ ଯୋଗାଇଥିଲେ। ପରେ ପିପିଲି ତହସିଲଦାର ସପନ କୁମାର ନନ୍ଦ, ଆର୍‌ଆଇ ଓ ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଓ କ୍ଷୟକ୍ଷତିର ଆକଳନ କରି ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେବା ସହ ପଞ୍ଚାୟତରୁ ରନ୍ଧା ଖାଦ୍ୟ ଦେବା ପାଇଁ କହିଛନ୍ତି। ସେହିପରି ସରପଞ୍ଚ ବାସନ୍ତି ବେହେରା, ସମିତିସଭ୍ୟ ସୁମିତ୍ରା ଚଉଁରି, ବିଜୁ ଯୁବ ବାହିନୀ ସଭାପତି ବିଶ୍ୱଜିତ ଦାସ ଓ ସଦାଶିବ ଦାସ ସହାୟତା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଶୋଭାଯାତ୍ରାରେ ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ ଅସୁସ୍ଥ

ପୁରୀ, ୨୨।୪: ଶୋଭାଯାତ୍ରାରେ ସମୟରେ ଅସୁସ୍ଥ ହୋଇଛନ୍ତି ପୁରୀ ବିଜେଡି ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ। ଶୋଭାଯାତ୍ରା ଚାଲିଥିବା ସମୟରେ ପିପିଲି ହାଟ ଛକ ନିକଟରେ...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri