ଜେରିଆଟିକ ୱାର୍ଡରେ ତାଲା: ବୟସ୍କ ରୋଗୀଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୧୧।୧୦-ବୟସ୍କ ରୋଗୀ ବା ବରିଷ୍ଠ ନାଗରିକଙ୍କ ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜେରିଆଟିକ ୱାର୍ଡ ଖୋଲାଯାଇଛି। କିନ୍ତୁ ଗତ ସପ୍ତାହେ ହେଲା ଉକ୍ତ ଓ୍ବାର୍ଡରେ ତାଲା ଝୁଲାଇ ଦିଆଯାଇଥିବାରୁ ମେଡିକାଲକୁ ଆସୁଥିବା ବୟସ୍କ ରୋଗୀମାନେ ଅନ୍ୟ ଓ୍ବାର୍ଡଗୁଡ଼ିକରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ଗତ ଜୁଲାଇ ୧୫ରେ ଏହି ଜେରିଆଟିକ୍‌ ୱାର୍ଡ ଉଦ୍‌ଘାଟିତ ହୋଇଥିଲା। ଅନୁଗୋଳ ବିଧାୟକ ତଥା ଉପବାଚସ୍ପତି ରଜନୀକାନ୍ତ ସିଂ ଏହାକୁ ଉଦ୍‌ଘାଟନ କରିବା ପରଠାରୁ ବୟସ୍କ ରୋଗୀମାନଙ୍କୁ ଏଠାରେ ରଖାଯାଇ ଚିକିତ୍ସା କରାଯିବ ବୋଲି ଆଶା କରାଯାଉଥିଲା। କିନ୍ତୁ ଉକ୍ତ ଓ୍ବାର୍ଡକୁ କାର୍ଯ୍ୟକ୍ଷମ କରା ନ ଯିବାରୁ କେତେଜଣ ବରିଷ୍ଠ ନାଗରିକ ଓ ସାମାଜିକକର୍ମୀ ଧାରଣାରେ ବସିଥିଲେ। ଫଳରେ ଗତ ଅଗଷ୍ଟ ୨୬ରେ ଉକ୍ତ ୱାର୍ଡରେ ରୋଗୀସେବା ଆରମ୍ଭ କରାଯାଇଥିଲା। କିନ୍ତୁ କିଛି ଦିନ ପରେ ପୁଣି ଓ୍ବାର୍ଡକୁ ବନ୍ଦ କରିଦିଆଯାଇଛି। ମେଡିକାଲକୁ ଆସୁଥିବା ବୟସ୍କ ରୋଗୀଙ୍କୁ ବିଭିନ୍ନ ଓ୍ବାର୍ଡରେ ରଖାଯାଇ ଚିକିତ୍ସା କରାଯାଉଛି। ଏବେ ୩୦ରୁ ଊର୍ଦ୍ଧ୍ୱ ଏପରି ରୋଗୀ ଅନ୍ୟାନ୍ୟ ଓ୍ବାର୍ଡରେ ଚିକିତ୍ସିତ ହେଉଥିବା ଅଭିଯୋଗ ହେଉଛି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଅମରେନ୍ଦ୍ର ନାଥ ମହାନ୍ତି କହିଛନ୍ତି, ବାର୍ଦ୍ଧକ୍ୟ ଜନିତ ରୋଗୀ ଆସିଲେ ସେମାନଙ୍କୁ ଜେରିଆଟିକ ୱାର୍ଡରେ ଚିକିତ୍ସା କରାଯିବ। ବର୍ତ୍ତମାନ କୌଣସି ବାର୍ଦ୍ଧକ୍ୟ ଜନିତ ରୋଗୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉ ନ ଥିବା ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri