ଜେଲରୁ କଏଦୀ ଚମ୍ପଟ : ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ନୟାଗଡ଼ ଅଫିସ,୫ା୮: ନୟାଗଡ଼ ଜିଲା ସଦର ବ୍ଲକର ଖୁଣ୍ଟବନ୍ଧସ୍ଥିତ ସବ୍‌ଜେଲରୁ ରବିବାର ଜଣେ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଟାଉନ ଥାନା ଲେଖନପୁର ଗ୍ରାମର ହିମାଂଶୁ ନାୟକ (୨୧)। ଏ ନେଇ ଜେଲ ଅଧୀକ୍ଷକ ଉମେଶ ପ୍ରସାଦ ବଳବନ୍ତରାୟ ସଦର ଥାନାରେ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ହିମାଂଶୁଙ୍କ ନାମରେ ଏକ ମାମଲାର ଓ୍ବାରେଣ୍ଟ ଥିଲା। ହେଲେ ନିର୍ଦ୍ଧାରିତ ଦିନରେ ସେ କୋର୍ଟରେ ହାଜର ହୋଇ ନ ଥିଲେ। ପରେ ଟାଉନ ଥାନା ପୋଲିସ ଗତ ୩୧ତାରିଖରେ ତାଙ୍କୁ କୋର୍ଟରେ ହାଜର କରାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ନୟାଗଡ ସବ୍‌ଜେଲକୁ ପଠାଇ ଦିଆଯାଇଥିଲା। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ବେଳେ ସେ ଜେଲରୁ ଫେରାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଘଟଣାର ତଦନ୍ତ କରାଯାଉଥିବା ସଦର ଥାନା ଅଧିକାରୀ ଅନ୍ନପୂର୍ଣ୍ଣା ବେହେରା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଶନିବାର ଖଣ୍ଡପଡା ସବ୍‌ଜେଲରୁ ଜଣେ କଏଦୀ ଫେରାର ହୋଇଯାଇଥିଲେ। ବିଭିନ୍ନ ସମୟରେ କଏଦୀ ଫେରାର ହେବା ଘଟଣା କାରାଗାରର ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri