ଜେଲରୁ ମୁକୁଳିଲେଣି ୭୨୫୫ କଏଦୀ

କଟକ ଅଫିସ୍‌,୧୫।୫: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜେଲ୍‌ରୁ କଏଦୀଙ୍କୁ ମୁକୁଳାଇବା ନେଇ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ବିଚାରପତି ତଥା ଓଡ଼ିଶା ଆଇନ୍‌ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷ ଜଷ୍ଟିସ୍‌ ସଞ୍ଜୁ ପଣ୍ଡା, ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ଏବଂ ଡିଜି (ଜେଲ୍‌) ସନ୍ତୋଷ କୁମାର ଉପାଧ୍ୟାୟ ଯୋଗଦେଇଥିଲେ। ମାର୍ଚ୍ଚ ୨୦ରୁ ମେ’ ୧୨ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜେଲ୍‌ରୁ ୭୨୫୫ଜଣ କଏଦୀ ମୁକୁଳି ଥିବା ବୈଠକରେ ସୂଚନା ଦିଆଯାଇଛି। ଜେଲ୍‌ଗୁଡ଼ିକରେ କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ କଏଦୀଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ବୈଠକରେ ଡିଜି (ଜେଲ୍‌) ଉପାଧ୍ୟାୟ ସୂଚନା ଦେଇଥିଲେ ଯେ, ରାଜ୍ୟର ୮୬ଟି ଜେଲ୍‌ରେ ୧୯ହଜାର ୧୬ଜଣ କଏଦୀଙ୍କୁ ରଖାଯିବା ସୁବିଧା ରହିଛି। ମେ’ ୧୩ ତାରିଖ ସୁଦ୍ଧା ଜେଲ୍‌ଗୁଡ଼ିକରେ ୧୬ହଜାର ୯୩୧ ଜଣ କଏଦୀ ରହିଛନ୍ତି। ଇତିମଧ୍ୟରେ ମୋଟ ୭ହଜାର ୨୫୫ ଜଣଙ୍କୁ ଜେଲ୍‌ରୁ ବାହାର କରାଯାଇଛି। ଏମାନଙ୍କ ମଧ୍ୟରୁ ଜାମିନ ଓ ବ୍ୟକ୍ତିଗତ ମୁଚାଲିକାରେ ୬ହଜାର ୮୬୬ ଏବଂ ପାରୋଲ୍‌ରେ ମୁକୁଳିଥିବା ୩୮୯ ଜଣ କଏଦୀ ରହିଛନ୍ତି। ଜେଲ ଭିତରେ ଉତ୍ତମ ବ୍ୟବହାର ପାଇଁ ୧୯୪ଜଣ କଏଦୀଙ୍କ ଦଣ୍ଡକୁ ହ୍ରାସ କରାଯାଇଛି। ଲକ୍‌ଡାଉନ୍‌ ସମୟରେ ୧୧୬୨ଜଣ କଏଦୀଙ୍କୁ ଗୋଟିଏ ଜେଲ୍‌ରୁ ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର କରାଯାଇଛି। ସେହିପରି ୩୦୯ କଏଦୀ ପାରୋଲ୍‌ ଶେଷ ହେବା ପରେ ପୁଣି ଜେଲ୍‌କୁ ଫେରି ଆସିଛନ୍ତି। ଜେଲ୍‌ ପ୍ରଶାସନ ପକ୍ଷରୁ କଏଦୀଙ୍କୁ କରୋନାମୁକ୍ତ ରଖିବା ପାଇଁ କଏଦୀଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ସହ ସଚେତନ କରାଯାଉଛି। ସମ୍ପର୍କୀୟଙ୍କ ସହ ଭେଟ ପାଇଁ ଇ-ମୁଲାକାତ୍‌ ବ୍ୟବସ୍ଥା ହୋଇଛି। ଜେଲଗୁଡ଼ିକ ନିୟମିତ ବିଶୋଧନ କରାଯାଉଛି ବୋଲି ଉପାଧ୍ୟାୟ କହିଛନ୍ତି। ଅନ୍ୟପକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଉପସ୍ଥାପିତ ରିପୋର୍ଟରେ କୁହାଯାଇଛି ଯେ, ରାଜ୍ୟର ୮ଟି ସ୍ଥାନରେ ବର୍ତ୍ତମାନ କରୋନା ପରୀକ୍ଷା ସୁବିଧା ରହିଛି। ଆଉ କେତେକ ପରୀକ୍ଷା କେନ୍ଦ୍ର ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri