ଜେଲ୍‌ରେ ପୂରାଇଥିବା ଦୁଇ ଝିଅଙ୍କୁ କାଢ଼: ଲେଖାଶ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାନୁୟାରୀ ୨୬ତାରିଖ ଦିନ ଦୁଇ ଆଦିବାସୀ ଝିଅ ଦମୟନ୍ତୀ ଓ ପାର୍ବତୀଙ୍କୁ ରାଜ୍ୟ ସରକାର ପୋଲିସ ଲଗାଇ ପରେଡ୍‌ ଗ୍ରାଉଣ୍ଡରୁ ଉଠାଇ ନେଇଛନ୍ତି। ସେମାନଙ୍କୁ ଗିରଫ କରିବା ସହିତ ଦୁଇଜଣଙ୍କ ବିରୋଧରେ ୩୦୭ ସମେତ ୯ଟି ଆପରାଧିକ ଦଫା ଲଗାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ନିନ୍ଦନୀୟ ଘଟଣା ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ରାଜ୍ୟ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି ଯେ, ଏ ସରକାରରେ ହାତୀ ଗଳିଯିବ କିନ୍ତୁ ପିମ୍ପୁଡ଼ି ଗଳିବାକୁ ବାଟ ନାହିଁ। ଗତ କିଛିଦିନ ତଳେ ଶାସକ ଦଳର କେତେଜଣ ଶିଖ୍‌ ବ୍ୟକ୍ତି ପରବିନ୍ଦରଙ୍କ ଉପରକୁ ମରଣାନ୍ତକ ଆକ୍ରମଣ କରି ପଥରରେ ଆଖିକୁ ମାରିବା ସହ ମୁଣ୍ଡ ଫଟାଇଲେ ମାତ୍ର ପୋଲିସ ଦଫା କମ୍‌ ଲଗାଇ ଅପରାଧୀଙ୍କୁ ଜାମିନ ଦେବାର ବ୍ୟବସ୍ଥା କରିଥିଲା । ପୋଲିସ ଅଧିକାରୀ ସ୍ଥାନୀୟ ବିଧାୟକଙ୍କ ସହ ଘଟଣାକୁ ଚାପିଦେବା ପାଇଁ ଧମକ ଦେବାକୁ ଜନୈକ ବ୍ୟକ୍ତିଙ୍କ ଘରକୁ ରାତି ଅଧରେ ଯାଇଥିଲେ ବୋଲି ସେ ଅଭିଯୋଗ କରିଛନ୍ତି । ପୋଲିସ ଏଠି ତଦନ୍ତ ନାଁରେ ଅପରାଧୀଙ୍କୁ ଘଣ୍ଟ ଘୋଡ଼ାଇ ଚାଲିଛି ା ଅନ୍ୟପକ୍ଷରେ ନିଜ ଅଧିକାର ଦାବି ନେଇ ୨୦୧୫ରୁ ଧାରଣାରେ ବସିଥିବା ଦୁଇ ନିରୀହ ଝିଅଙ୍କ ସମସ୍ୟା ନ ବୁଝି ପୋଲିସ ତାଙ୍କୁ ଗିରଫ କରିବା ଆଉ ୩୦୭ ଧାରା ଲଗାଇବା ଅତ୍ୟନ୍ତ ନିନ୍ଦନୀୟ। ସେମାନେ ୫ ବର୍ଷ ହେବ ଧାରଣା ଦେଉଛନ୍ତି ହେଲେ ସେମାନଙ୍କ ସମସ୍ୟା ସମ୍ପର୍କରେ ସରକାର କେବେ ପଚାରି ନାହାନ୍ତି। ରାଜ୍ୟରେ କେବଳ ଏକଛତ୍ରବାଦୀ ଶାସନ ଚାଲିଛି। ସରକାର ତୁରନ୍ତ ସେହି ଦୁଇ ଝିଅଙ୍କ ଉପରେ ଲାଗିଥିବା ଦଫାକୁ ଉଠାଇ ସେମାନଙ୍କୁ ଜେଲ୍‌ରୁ କାଢ଼ନ୍ତୁ ବୋଲି ଲେଖାଶ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri