ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏଭଳି ସାଂଘାତିକ ଘଟଣା ପଦାକୁ ଆସିଥିଲା। ଖୋଳତାଡ଼ ପରେ ସକିଲ ଜେଲ୍‌ ଭିତରୁ ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ୩ଜଣ ଗର୍ଲଫ୍ରେଣ୍ଡ୍‌ଙ୍କ ଦ୍ୱାରା ଅପରାଧ ଘଟାଉଥିବା ଜଣାପଡିଥିଲା। ପୂର୍ବରୁ ମଧ୍ୟ ଏଭଳି ଘଟଣାର ଅନେକ ନଜିର ରହିଛି। ତେଣୁ ଏହାକୁ ଜେଲ୍‌ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ ଗୁରୁତ୍ୱର ସହ ଗ୍ରହଣ କରିବା ସହ ମୋବାଇଲ୍‌ ଫୋନ୍‌ ଉପରେ କଟକଣା ଜାରି କରିଛନ୍ତି। ଜେଲ୍‌ରେ କଏଦୀମାନେ ଲୁଚାଇ ରଖୁଥିବା ମୋବାଇଲ୍‌ ଫୋନ୍‌କୁ ଧରିବା ପାଇଁ ପଦକ୍ଷେପ ନିଆଯିବ। ଅପରାଧୀଙ୍କ ସଂଖ୍ୟା ଆଧାରରେ ରାଜ୍ୟର ୯୧ ଜେଲରେ ପ୍ରାୟ ୩ଶହ ଫୋନ୍‌ ଡିଟେକ୍ଟର ଲଗାଯିବ। ଏଥିଲାଗି ୭୫ଲକ୍ଷ ଟଙ୍କା ଖର୍ଚ୍ଚ ହେବ ଓ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟ ସରିବ। ଅନ୍ୟପକ୍ଷରେ ଜେଲ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ ମଧ୍ୟ କଟକଣା ଲଗାଯାଇଛି। ଏଣିକି ସେମାନେ ଆଉ ଜେଲ ଭିତରକୁ ମୋବାଇଲ୍‌ ନେଇ ପାରିବେ ନାହିଁ। ପ୍ରବେଶ ସମୟରେ ଫାଟକରେ ସୁରକ୍ଷାକର୍ମୀଙ୍କୁ ମୋବାଇଲ୍‌ ଫୋନ୍‌ ହସ୍ତାନ୍ତର କରିବେ। ଡ୍ୟୁଟି ସରିବା ପରେ ନିଜର ମୋବାଇଲ୍‌ ଫୋନ୍‌ ଧରି ବାହାରକୁ ବାହାରିବେ। ଏହାକୁ କଡାକଡି ପାଳନ କରିବା ପାଇଁ ରାଜ୍ୟର ସମସ୍ତ ଜେଲ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଡିଜି ଉପାଧ୍ୟାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri