ଜେଲ୍‌ରେ ମୋବାଇଲ୍‌ ଫୋନ୍‌ ଉପରେ ଲାଗିଲା କଟକଣା: ୯୧ ଜେଲରେ ଲାଗିବ ମୋବାଇଲ ଡିଟେକ୍ଟର

ଭୁବନେଶ୍ୱର, ୭ା୧(ବ୍ୟୁରୋ): ଜେଲ୍‌ ଭିତରକୁ ଯାଉଛି ମୋବାଇଲ୍‌ ଫୋନ୍‌। ଏହି ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ଜେଲ୍‌ରେ ରହି ଅପରାଧୀମାନେ ବାହାରେ ଘଟାଉଛନ୍ତି ଅପରାଧ, ବଢ଼ାଉଛନ୍ତି ସେମାନଙ୍କ ନେଟ୍‌ଓ୍ବର୍କ। ନିକଟରେ ଚୌଦ୍ୱାର ଜେଲ୍‌ ଭିତରୁ ଦୁର୍ଦ୍ଦାନ୍ତ ସକିଲଙ୍କର ଏକ ସେଲ୍‌ଫି ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏଭଳି ସାଂଘାତିକ ଘଟଣା ପଦାକୁ ଆସିଥିଲା। ଖୋଳତାଡ଼ ପରେ ସକିଲ ଜେଲ୍‌ ଭିତରୁ ମୋବାଇଲ୍‌ ଫୋନ୍‌ ମାଧ୍ୟମରେ ୩ଜଣ ଗର୍ଲଫ୍ରେଣ୍ଡ୍‌ଙ୍କ ଦ୍ୱାରା ଅପରାଧ ଘଟାଉଥିବା ଜଣାପଡିଥିଲା। ପୂର୍ବରୁ ମଧ୍ୟ ଏଭଳି ଘଟଣାର ଅନେକ ନଜିର ରହିଛି। ତେଣୁ ଏହାକୁ ଜେଲ୍‌ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ ଗୁରୁତ୍ୱର ସହ ଗ୍ରହଣ କରିବା ସହ ମୋବାଇଲ୍‌ ଫୋନ୍‌ ଉପରେ କଟକଣା ଜାରି କରିଛନ୍ତି। ଜେଲ୍‌ରେ କଏଦୀମାନେ ଲୁଚାଇ ରଖୁଥିବା ମୋବାଇଲ୍‌ ଫୋନ୍‌କୁ ଧରିବା ପାଇଁ ପଦକ୍ଷେପ ନିଆଯିବ। ଅପରାଧୀଙ୍କ ସଂଖ୍ୟା ଆଧାରରେ ରାଜ୍ୟର ୯୧ ଜେଲରେ ପ୍ରାୟ ୩ଶହ ଫୋନ୍‌ ଡିଟେକ୍ଟର ଲଗାଯିବ। ଏଥିଲାଗି ୭୫ଲକ୍ଷ ଟଙ୍କା ଖର୍ଚ୍ଚ ହେବ ଓ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟ ସରିବ। ଅନ୍ୟପକ୍ଷରେ ଜେଲ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ ମଧ୍ୟ କଟକଣା ଲଗାଯାଇଛି। ଏଣିକି ସେମାନେ ଆଉ ଜେଲ ଭିତରକୁ ମୋବାଇଲ୍‌ ନେଇ ପାରିବେ ନାହିଁ। ପ୍ରବେଶ ସମୟରେ ଫାଟକରେ ସୁରକ୍ଷାକର୍ମୀଙ୍କୁ ମୋବାଇଲ୍‌ ଫୋନ୍‌ ହସ୍ତାନ୍ତର କରିବେ। ଡ୍ୟୁଟି ସରିବା ପରେ ନିଜର ମୋବାଇଲ୍‌ ଫୋନ୍‌ ଧରି ବାହାରକୁ ବାହାରିବେ। ଏହାକୁ କଡାକଡି ପାଳନ କରିବା ପାଇଁ ରାଜ୍ୟର ସମସ୍ତ ଜେଲ୍‌ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଡିଜି ଉପାଧ୍ୟାୟ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri