ଜେଲ୍‌ ଗଲେ ବିଡିଏ ସେକ୍ସନ ଅଫିସର

କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୭୦/୨୦୧୯) ରୁଜୁ ହୋଇଛି। ମାମଲାରେ ରାୟଙ୍କ ସମେତ ତାଙ୍କ ସ୍ତ୍ରୀଙ୍କୁ ଭିଜିଲାନ୍ସ ପକ୍ଷଭୁକ୍ତ କରିଛି। ସୂଚନାଥାଉ କି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଭିଜିଲାନ୍ସ ପକ୍ଷରୁ ରାୟଙ୍କ ବିଭିନ୍ନ ସ୍ଥାନରେ ଥିବା ଘର ଓ ଅଫିସ ଆଦି ସ୍ଥାନରେ ଯାଞ୍ଚ କରାଯାଇଥିଲା। ଯାଞ୍ଚ ପରେ ମୋଟ ୧ କୋଟି ୩୮ ଲକ୍ଷ ୮ହଜାର ୭୭୩ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ଠାବ କରାଯାଇଥିଲା। ଠାବ ସମ୍ପତ୍ତିରୁ ୧ କୋଟି ୧୭ ଲକ୍ଷ ୪୨ହଜାର ୨୦୧ ଟଙ୍କା ଆୟ ବହିର୍ଭୂତ ଥିବା ଭିଜିଲାନ୍ସ ସୂଚନା ଦେଇଛି। କାରଣ ଏହି ସମ୍ପତ୍ତିର କୌଣସି ଠିକ୍‌ ହିସାବ ରାୟ ଭିଜିଲାନ୍ସକୁ ଦେଇପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri