ଜେଲ୍‌ ଗଲେ ସ୍ତ୍ରୀ ହତ୍ୟାକାରୀ ଗଣେଶ, ହତ୍ୟା ପରେ କଟା ମୁଣ୍ଡକୁ ଧରି ଆତ୍ମସମର୍ପଣ କରିଥିଲେ

କାକଟପୁର, ୨୭।୮(ଡି.ଏନ୍‌.ଏ.)-ଚରିତ୍ର ଉପରେ ସନ୍ଦେହ କରି ନିଜ ସ୍ତ୍ରୀଙ୍କୁ ନୃଶଂସ ଭାବେ ପିଟିପିଟି ହତ୍ୟା କରି ମୁଣ୍ଡଗଣ୍ଡି ଅଲଗା କରି କଟା ମୁଣ୍ଡକୁ ଧରି ଥାନାରେ ଆତ୍ମସମର୍ପଣ କରିଥିବା ଅସ୍ତରଙ୍ଗ ବ୍ଲକ ରାଇବେରୁଆଁ ଗ୍ରାମର ଗଣେଶ ବେହୁରାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ମଙ୍ଗଳବାର ଗଣେଶଙ୍କୁ ଅସ୍ତରଙ୍ଗ ଥାନା ପୋଲିସ ଅସ୍ତରଙ୍ଗ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପରେ ନିମାପଡ଼ା କୋର୍ଟକୁ ଚାଲାଣ କରିଥିଲା। କୋର୍ଟରେ ତାଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଛି। ଏନେଇ ଅସ୍ତରଙ୍ଗ ଥାନାରେ ଦଫା ୪୯୮(ଏ), ୩୦୪(ବି), ୩୦୨, ୩୪ ଆଇପିସିରେ ୮୨/୧୯ ନମ୍ବରରେ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଅସ୍ତରଙ୍ଗ ଆଇଆଇସି ଶରତ କୁମାର ନାୟକ କହିଛନ୍ତି।

ସୂଚନା ଥାଉକି, ଗଣେଶ ଚେନ୍ନାଇର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। କିଛିଦିନ ହେଲା ଗାଁକୁ ଆସିଥିବାବେଳେ ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରିଥିଲେ। ଏନେଇ ରବିବାର ରାତିରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ହଠାତ୍‌ ଗଣେଶ ଉତ୍‌କ୍ଷିପ୍ତ ହୋଇ ଏକ ଶାବଳରେ ସ୍ତ୍ରୀ ଅନ୍ନପୂର୍ଣ୍ଣାଙ୍କୁ ପିଟି ପିଟି ମାରି ଦେଇଥିଲେ। କିନ୍ତୁ ସେତିକିରେ ବି ତାଙ୍କ ରାଗ ଶାନ୍ତ ହୋଇ ନ ଥିଲା। ଏକ କଟୁରିରେ ତାଙ୍କ ମୁଣ୍ଡକୁ ଗଣ୍ଡିରୁ ଅଲଗା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri