ଜେଲ୍‌ ଗଲେ ସ୍ତ୍ରୀ ହତ୍ୟାକାରୀ ଗଣେଶ, ହତ୍ୟା ପରେ କଟା ମୁଣ୍ଡକୁ ଧରି ଆତ୍ମସମର୍ପଣ କରିଥିଲେ

କାକଟପୁର, ୨୭।୮(ଡି.ଏନ୍‌.ଏ.)-ଚରିତ୍ର ଉପରେ ସନ୍ଦେହ କରି ନିଜ ସ୍ତ୍ରୀଙ୍କୁ ନୃଶଂସ ଭାବେ ପିଟିପିଟି ହତ୍ୟା କରି ମୁଣ୍ଡଗଣ୍ଡି ଅଲଗା କରି କଟା ମୁଣ୍ଡକୁ ଧରି ଥାନାରେ ଆତ୍ମସମର୍ପଣ କରିଥିବା ଅସ୍ତରଙ୍ଗ ବ୍ଲକ ରାଇବେରୁଆଁ ଗ୍ରାମର ଗଣେଶ ବେହୁରାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ମଙ୍ଗଳବାର ଗଣେଶଙ୍କୁ ଅସ୍ତରଙ୍ଗ ଥାନା ପୋଲିସ ଅସ୍ତରଙ୍ଗ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବା ପରେ ନିମାପଡ଼ା କୋର୍ଟକୁ ଚାଲାଣ କରିଥିଲା। କୋର୍ଟରେ ତାଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଛି। ଏନେଇ ଅସ୍ତରଙ୍ଗ ଥାନାରେ ଦଫା ୪୯୮(ଏ), ୩୦୪(ବି), ୩୦୨, ୩୪ ଆଇପିସିରେ ୮୨/୧୯ ନମ୍ବରରେ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ ଚାଲିଥିବା ଅସ୍ତରଙ୍ଗ ଆଇଆଇସି ଶରତ କୁମାର ନାୟକ କହିଛନ୍ତି।

ସୂଚନା ଥାଉକି, ଗଣେଶ ଚେନ୍ନାଇର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। କିଛିଦିନ ହେଲା ଗାଁକୁ ଆସିଥିବାବେଳେ ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରିଥିଲେ। ଏନେଇ ରବିବାର ରାତିରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ହଠାତ୍‌ ଗଣେଶ ଉତ୍‌କ୍ଷିପ୍ତ ହୋଇ ଏକ ଶାବଳରେ ସ୍ତ୍ରୀ ଅନ୍ନପୂର୍ଣ୍ଣାଙ୍କୁ ପିଟି ପିଟି ମାରି ଦେଇଥିଲେ। କିନ୍ତୁ ସେତିକିରେ ବି ତାଙ୍କ ରାଗ ଶାନ୍ତ ହୋଇ ନ ଥିଲା। ଏକ କଟୁରିରେ ତାଙ୍କ ମୁଣ୍ଡକୁ ଗଣ୍ଡିରୁ ଅଲଗା କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri