ଜେଲ ଗଲେ କୋଟିପତି ସରପଞ୍ଚ

ବ୍ରହ୍ମପୁର ଅଫିସ,୧୨ା୭-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ସରପଞ୍ଚ ତଥା ବିଜେଡି ନେତା ଉଷାନ୍ତ କୁମାର ସାହୁଙ୍କୁ ଗୁରୁବାର ବ୍ରହ୍ମପୁର ଭିଜିଲାନ୍ସ ଗିରଫ କରିଛି ।
ମାମଲା ନଂ ୧୬/୧୯ରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି ।
ସରପଞ୍ଚଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମୂଲ୍ୟ ୧ କୋଟି ୫୪ ଲକ୍ଷ ୫୬ ହଜାର ୬୪୩ ଟଙ୍କା ଆକଳନ କରାଯାଇଛି । ସରପଞ୍ଚଙ୍କ ଆୟ ତୁଳନାରେ ଶତକଡ଼ା ୩୪୦ ପ୍ରତିଶତ ସମ୍ପତ୍ତି ଠୁଳ ଥିବା ଭିଜିଲାନ୍ସ ବିଭାଗ ତରଫରୁ ଆକଳନ କରାଯାଇଥିଲା ବୋଲି ସେ କହିଛନ୍ତି । ବୁଧବାର ସରପଞ୍ଚଙ୍କ ବାସଭବନରେ ଚଢ଼ାଉ ବେଳେ ତାଙ୍କ ଠାକୁର ଘରୁ ମିଳିଥିବା ଏକ ମାଉଜର ଓ ୬ ରାଉଣ୍ଡ ଗୁଳି ଭିଜିଲାନ୍ସ ବିଭାଗ କର୍ମଚାରୀମାନେ ଜବତ କରିଥିଲେ। ତେବେ ଏହା ସେ ବେଆଇନ ଭାବେ ଘରେ ରଖିଥିବା ଜଣାପଡ଼ିବା ପରେ ଏନେଇ ଦିଗପହଣ୍ଡି ଥାନାଧିକାରୀଙ୍କୁ ଭିଜିଲାନ୍ସ ବିଭାଗ ତରଫରୁ ଅଭିଯୋଗ କରାଯାଇଥିବା ଏସ୍‌ପି ସ୍ବାଇଁ କହିଛନ୍ତି । ପ୍ରକାଶ ଯେ, ବୁଧବାର ଭୋର ପ୍ରାୟ ୫ଟାରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଥିଲା। ତାଙ୍କ ବାସଭବନରୁ ଏକ ମାଉଜର, ୬ ଗୁଳି, ସୁନା ଅଳଙ୍କାର, ରୁପା ଅଳଙ୍କାର, ୪ ବାସଗୃହ, ଦିଗପହଣ୍ଡି ପୁଞ୍ଜିକୟଁା ଛକରେ ୩ ମହଲା ବିଶିଷ୍ଟ ନିର୍ମାଣାଧୀନ କୋଠା, ୧୫ ଲକ୍ଷ ଟଙ୍କା ମୂଲ୍ୟର ୧୪ ପ୍ଲଟ, ୩୦ ଲକ୍ଷ ଟଙ୍କା ମୂଲ୍ୟର ୨ଟି ୪ ଚକିଆ ଗାଡ଼ି, ୨ଟି ବାଇକ୍‌, ଏଲଆଇସି ଓ ବିଭିନ୍ନ ବ୍ୟାଙ୍କରେ ଥିବା ସ୍ଥାୟୀ ଜମା ନଥିପତ୍ର, ନଗଦ ୪୦,୬୦୦ ଟଙ୍କା ପ୍ରଭୃତି ପ୍ରାୟ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ମୂଲ୍ୟର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ଏସ୍‌ପି ସ୍ବାଇଁ କହିଛନ୍ତି। ବ୍ରହ୍ମପୁର ଭିଜିଲାନ୍ସ ଡିଏସ୍‌ପି ଏସ୍‌.ଏନ୍‌. ପାଣିଗ୍ରାହୀ, ଇନ୍ସପେକ୍ଟର କୁମୁଦିନୀ ସାହୁ ଓ ସୋମନାଥ ବାରିକ ପ୍ରମୁଖ ସରପଞ୍ଚଙ୍କ ଦିଗପହଣ୍ଡି ବ୍ଲକ ନବରଙ୍ଗପୁର ଗ୍ରାମର ପୈତୃକ ଘର, ରାଜପୁର ଗ୍ରାମରେ ଥିବା ୧ ମହଲା ଘର, ଆଙ୍କୋରଡ଼ା ପଞ୍ଚାୟତ କାର୍ଯ୍ୟାଳୟ ପ୍ରଭୃତି ୬ଟି ଜାଗାରେ ଚଢ଼ାଉ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri