ଜେଲ ଗଲେ ମୁଜାଗଡ଼ ସରପଞ୍ଚ

ଭଞ୍ଜନଗର,୯।୩(ଡି.ଏନ.ଏ) ଭଞ୍ଜନଗର ବ୍ଲକ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ଓ ଗହମ ହେରଫେର ନେଇ ଶନିବାର ରାତିରେ ବିଡ଼ିଓ ଅନିଲ କୁମାର ସେଠୀ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାରେ ପୋଲିସ ରବିବାର ଅପରାହ୍ନରେ ସରପଞ୍ଚ ଶିବ ଶଙ୍କର ପ୍ରଧାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ମାମଲାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ ରଜନୀ ପ୍ରଧାନ, ଯୋଗାଣ ସହାୟକ ସୋମନାଥ ବେହେରା ମଧ୍ୟ ଜଡ଼ିତ ଥିବା ବିଡ଼ିଓ ଅଭିଯୋଗ କରିଛନ୍ତି।
ପ୍ରକାଶଯେ ମୁଜାଗଡ଼ ପଞ୍ଚାୟତରେ ସରକାରୀ ଚାଉଳ ହେରଫେର ନେଇ ବିଡ଼ିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହାପରେ ବ୍ଲକ ଯୋଗାଣ ଅଧିକାରୀଙ୍କ ଉପସ୍ଥିତିରେ ଗୋଦାମ ଘର ଯାଞ୍ଚ କରାଯାଇଥିଲା। ଏହି ସମୟରେ ୬୧.୦୩ କୁଇଣ୍ଟାଲ ଚାଉଳ ଓ ୪.୫୫ କୁଇଣ୍ଟାଲ ଗହମ ହେରଫେର ହୋଇଥିବା ଜଣାପଡ଼ିଥିଲା। ବ୍ଲକ ଯୋଗାଣ ଅଧିକାରୀଙ୍କ ସୂଚନାକୁ ଆଧାର କରି ବିଡ଼ିଓ ଅନିଲ କୁମାର ସେଠୀ ରାତିରେ ଥାନାରେ ଚାଉଳ ହେରଫେର ନେଇ ଉକ୍ତ ୩ ଜଣଙ୍କ ନାମରେ ଅଭିଯୋଗ କରିଥିଲେ। ପୋଲିସ ରବିବାର ସରପଞ୍ଚଙ୍କୁ ଥାନାକୁ ଆଣିଥିଲେ। ପଚରାଉଚରା ପରେ ତାଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ଭଞ୍ଜନଗର ସ୍ବତନ୍ତ୍ର ଉପକାରାଗାରକୁ ପଠାଇ ଦିଆଯାଇଛି। ଉକ୍ତ ୩ଜଣଙ୍କ ନାମରେ ମାମଲା (ନଂ. ୯୯/୨୦) ରୁଜୁକରି ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। ଅପରପକ୍ଷେ ଭାଜପା ନେତା ରମେଶ ବେହେରା, ବଟକୃଷ୍ଣ ପଣ୍ଡା, ହର ଗୌଡ଼, ଲେଲିନ ରାଉତ ଏକ ବିବୃତିରେ କହିଛନ୍ତି ଯେ, ସରପଞ୍ଚ ଏହି ମାମଲାରେ ଜଡ଼ିତ ନାହାନ୍ତି ତାଙ୍କୁ ଫସାଇ ଦିଆଯାଇଛି। ପିଇଓ ଏବଂ ଯୋଗାଣ ସହାୟକ ଏଥିରେ ସମ୍ପୃକ୍ତ। ଅପରପକ୍ଷେ ଶିବଶଙ୍କରଙ୍କୁ ପୋଲିସ ନେଇ ଆସିବା ପରେ ମୁଜାଗଡ଼ ପଞ୍ଚାୟତ ରାଜନୀତି ଚଳଚଞ୍ଚଳ ହୋଇପଡ଼ିଛି। ସରପଞ୍ଚଙ୍କ ଗିରଫ ପରେ ଏବେ ଭଞ୍ଜନଗର ରାଜନିତୀ ସରଗରମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri