ଜେଲ ଫେରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କୁ ସ୍କାଏ କିଙ୍ଗ୍‌ ଠକେଇ ମାମଲାରେ କମିଶନରେଟ ପୋଲିସ ରିମାଣ୍ଡରେ ଆଣିଥିଲା। ବୁଧବାର ୨ ଦିନିଆ ରିମାଣ୍ଡ ସରିଥିବାବେଳେ ଗୁରୁବାର ପୋଲିସ ତାଙ୍କୁ କୋର୍ଟରେ ହାଜର କରିଥିଲା। ଅନ୍ୟପକ୍ଷରେ ଏହି ଠକେଇ ମାମଲାରେ ଅଭୟକାନ୍ତଙ୍କ ପକ୍ଷରୁ ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଆବେଦନ ହୋଇଥିଲା। ହେଲେ କୋର୍ଟ ତାହାକୁ ଖାରଜ କରିଦେଇଥିଲେ। ଫଳରେ ଅଭୟକାନ୍ତଙ୍କୁ ପୁଣି ଝାରପଡ଼ା ସ୍ବତନ୍ତ୍ର କାରାଗାରର ବିଚାର ବିଭାଗୀୟ ହାଜତକୁ ଫେରିବାକୁ ପଡିଛି।
ଟାଟା ମୋଟର୍ସର ଏମ୍‌ଡି ପରିଚୟ ଦେଇ ବେକାର ଯୁବତୀଯୁବକଙ୍କଠାରୁ ବହୁ କୋଟି ଟଙ୍କା ଠକେଇ ଅଭିଯୋଗରେ ଅଭୟଙ୍କ ପୁଅ ଆକାଶ ପାଠକ ମଧ୍ୟ ବାପାଙ୍କ ସହ ଜେଲ ଯାଇଛନ୍ତି। ଏଥିସହ ଏହି ଲିଙ୍କ୍‌ ସହ ବେଆଇନ ଅର୍ଥ କାରବାର ମାମଲାରେ ଆକାଶଙ୍କ ଭାବୀ ଶଶୁର ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ଉକ୍ତ ଜେଲରେ ଅଛନ୍ତି। ଏମାନେ ଜେଲ ଯିବା ପରେ ଭୁବନେଶ୍ୱରର ଟ୍ରାଭେଲ ଏଜେନ୍ସି ସ୍କାଏ କିଙ୍ଗ୍‌ ଆକାଶ ପାଠକଙ୍କ ନାଁରେ ଖାରବେଳନଗର ଥାନାରେ ଠକେଇ ଅଭିଯୋଗ କରିଥିଲେ। ପାଠକ ବାପପୁଅ ଚାର୍ଟର ଫ୍ଲାଇଟ୍‌ରେ ରାଜ୍ୟ ବାହାରକୁ ବାରମ୍ବାର ଯିବା ଆସିବା କରିବା ସହ ପଞ୍ଚତାରକା ହୋଟେଲରେ ରହୁଥିଲେ। ଏହାର ବୁକିଂ କରୁଥିଲା ସ୍କାଏ କିଙ୍ଗ। ଆକାଶ ଏହି ବୁକିଂ କରିଥିବାବେଳେ ୬୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଦେଉ ନ ଥିବା ନେଇ ସଂସ୍ଥାର ମ୍ୟାନେଜିଂ ପାର୍ଟନର ପ୍ରଭାସ କୁମାର ଚୌଧୁରୀ ତାଙ୍କ ଏତଲାରେ ଉଲ୍ଲେଖ କରିଥିଲେ। ଏ ସଂକ୍ରାନ୍ତରେ ଆକାଶଙ୍କୁ ରିମାଣ୍ଡରେ ଆଣି କମିଶନରେଟ ପୋଲିସ ଆବଶ୍ୟକ ପ୍ରମାଣ ପାଇଥିବାବେଳେ ପଚରାଉଚରାବେଳେ ଅଭୟକାନ୍ତ ମଧ୍ୟ ବକେୟା ଟଙ୍କା ସମ୍ପର୍କରେ ସ୍ବୀକାର କରିଥିବା ନେଇ ଡିସିପି ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri