ଢେଙ୍କାନାଳ ଅଫିସ,୨୨ା୬(ରତନ ନାୟାର)ଏକ ଅବକାରୀ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜିଲା କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ (୪୨)। ଅଥାନିଙ୍କୁ ପିଟି ପିଟି ମାରିଦିଆଯାଇଥିବା ତାଙ୍କ ସ୍ତ୍ରୀ ଝରଣା ଅଭିଯୋଗ କରିଥିବାବେଳେ ଅସୁସ୍ଥତା କାରଣରୁ ତାଙ୍କର ମୃତ୍ୟୁ ଘଟିଥିବା ଜେଲ କର୍ତ୍ତୃପକ୍ଷ କହିଛନ୍ତି। ଏହି ଘଟଣାକୁ ନେଇ ମୃତକଙ୍କ ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।
ପୋଲିସ ସୂଚନା ଅନୁଯାୟୀ, ଚୋରା ମଦ ବ୍ୟବସାୟ କରୁଥିବା ଅଭିଯୋଗରେ ଜିଲା ଅବକାରୀ ବିଭାଗ ଗତ ୧୯ ତାରିଖରେ ବେଶାଳିଆ ଗ୍ରାମରେ ଚଢ଼ାଉ କରି ଅଥାନିଙ୍କୁ ଗିରଫ କରିଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। ବୁଧବାର ସକାଳ ୬ଟା ୧୫ରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ୪ଟା ୧୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ମୃତ ଅଥାନିଙ୍କ ସମ୍ପର୍କୀୟ ଓ ଗ୍ରାମବାସୀ ମେଡିକାଲରେ ପହଞ୍ଚତ୍ ହୋହଲ୍ଲା କରିଥିଲେ। ଗ୍ରାମରେ ମଧ୍ୟ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ସୂଚନା ପାଇ ଟାଉନ ଥାନା ପୋଲିସ ମେଡିକାଲରେ ପହଞ୍ଚତ୍ ସ୍ଥିତି ନିୟନ୍ତ୍ରଣ କରିବା ସହ ଜେଲରେ ତଦନ୍ତ କରିଛି। ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଯାଇଛି। ପ୍ରାଥମିକ ଭାବେ ଏ ନେଇ ନଂ. ୨୯/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନାଧିକାରୀ ରାଜେନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି।
ଅନ୍ୟପଟେ ଅଥାନିଙ୍କ ସ୍ତ୍ରୀ ଝରଣା ଅଭିଯୋଗ କରି କୁହନ୍ତି, ସ୍ବାମୀ ମଦ ବେପାର କରୁ ନ ଥିଲେ। ତାଙ୍କୁ ମିଥ୍ୟା କେସ୍ରେ ଫସାଇ ଜବରଦସ୍ତ ଜେଲରେ ଭର୍ତ୍ତି କରାଯାଇଥିଲା। ହାଜତରେ ତାଙ୍କୁ ପିଟି ପିଟି ମାରି ଦିଆଯାଇଛି। ଏହି ଘଟଣାର ନିରପେକ୍ଷ ତଦନ୍ତ କରି ନ୍ୟାୟ ଦେବାକୁ ଝରଣା ଦାବି କରିଛନ୍ତି। ଅଭିଯୋଗର ପ୍ରତିକ୍ରିୟାରେ ଜିଲା ଜେଲ ଅଧୀକ୍ଷକ ପ୍ରସନ୍ନ କୁମାର ସାହୁ କୁହନ୍ତି, ଜେଲ ହାଜତକୁ ଆସିବା ଦିନ ଅର୍ଥାତ୍ ଗତ ୧୯ ତାରିଖ ସନ୍ଧ୍ୟାରେ ଖାଇବା ପରେ ଅଥାନି ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ହାଜତ ପରିସରରେ ଥିବା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବୁଧବାର ସକାଳେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ୪ଟା ୧୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ୍ୟାସତ୍ୟ ସ୍ପଷ୍ଟ ହୋଇଯିବ। ଅନ୍ୟପଟେ ଜେଲରେ ମାଡ଼ ମରାଯାଇଥିବା ଅଭିଯୋଗକୁ ଜେଲ ଅଧୀକ୍ଷକ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି, ଜେଲ ପରିସରରେ ଏଭଳି ଘଟଣା ଘଟିଛି। ତେଣୁ ନିଶ୍ଚିତ ଏଭଳି ଅଭିଯୋଗ ଉଠିବ। ହେଲେ ତାଙ୍କୁ କୌଣସି ପ୍ରକାର ମାରପିଟ୍ କରାଯାଇ ନ ଥିବା ସେ ସ୍ପଷ୍ଟୀକରଣ ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ଢେଙ୍କାନାଳ View All
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ
ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…
ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…
୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
Archives

