ଜେସିବି ଚାଳକଙ୍କୁ ପିଟିପିଟି ହତ୍ୟା: ଅଭିଯୋଗ ଆଣିଲେ ଘର ମାଲିକ

ବେଦବ୍ୟାସ,୯।୨(ଡି.ଏନ୍‌.ଏ.): ରାଉରକେଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ବେଦବ୍ୟାସ ଦୁର୍ଗାମଣ୍ଡପ ଗଳିରେ ରହୁଥିବା ଜଣେ ଜେସିବି ଚାଳକଙ୍କୁ ଶନିବାର ବିଳମ୍ବିତ ରାତିରେ ପିଟିପିଟି ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ଗୋମେତ ଦଣ୍ଡ(୩୫)।
ପୋଲିସ ସୂଚନାନୁଯାୟୀ, ଉକ୍ତ ଭଡ଼ା ଘରେ ଗୋମେତଙ୍କ ସହ ତାଙ୍କର ଆଉ ୩ ଜଣ ବନ୍ଧୁ ରହିଥିଲେ। ଶନିବାର ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏ ନେଇ ପଡୋଶୀ ଘରମାଲିକଙ୍କୁ ଜଣାଇଥିଲେ। ସେ ଘଟଣାସ୍ଥଳରେ ପହଞ୍ଚି ଗୋମେତଙ୍କ ମୃତଦେହ ଦେଖିବାକୁ ପାଇଥିଲେ। ଏ ନେଇ ରବିବାର ଘରମାଲିକ ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri