Posted inରାଜ୍ୟ

ଜୈବ ବିବିଧତାର ସୁରକ୍ଷା ପାଇଁ ସଚେତନତା

ଖଣ୍ଡପଡା,୨୫ା୫(ସ୍ବ.ପ୍ର.): ସବୁଜସୁନ୍ଦର ପରିବେଶରେ ଦୃଶ୍ୟ ହେଉଥିବା ଅଣୁଜୀବଠାରୁ ଆରମ୍ଭ କରି ବିରାଟକାୟ ହସ୍ତୀ, ତିମି ଓ ଜଳଜୀବ ଆଦିଙ୍କ ସମାହାରକୁ ଜୈବ ବିବିଧତା କୁହାଯାଏ ା ଏଥିରୁ ଗୋଟିକର ଅଭାବରେ ଅନ୍ୟମାନେ ପରୋକ୍ଷରେ ଅବା ପ୍ରତ୍ୟକ୍ଷରେ ପ୍ରଭାବିତ ହୋଇଥାନ୍ତି। ମାନବ ସମାଜ ଏମାନଙ୍କ ଉପରେ ନିର୍ଭର କରି ବଞ୍ଚତ୍ଥାନ୍ତି। ଏଣୁ କୁହାଯାଏ ଗଛଲତା ସହିତ ପଶୁପକ୍ଷୀ, କୀଟପତଙ୍ଗ, ସରୀସୃପ ଆଦି ବଞ୍ଚତ୍ ନ ରହିଲେ ମନୁଷ୍ୟ ସମାଜ ତିଷ୍ଠିପାରିବ ନାହିଁ। ବୁଧବାର ବିଶ୍ୱ ଜୈବ ବିବିଧତା ସୁରକ୍ଷା ଦିବସ ଅବସରରେ ଖଣ୍ଡପଡ଼ା ବ୍ଲକ କଣ୍ଟିଲୋଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରିବେଶବିତ୍‌ ଅନ୍ତର୍ଯ୍ୟାମୀ ସାହୁଙ୍କ ଦ୍ୱାରା ବାପୁଜୀନଗରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୁବକସଂଘର ସଦସ୍ୟମାନେ ଯୋଗଦେଇ ଜୈବ ବିବିଧତା ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ। ଦୀର୍ଘ ୫୮ବର୍ଷ ହେଲା ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାକୁ ଜୀବନର ଲକ୍ଷ୍ୟ ରୂପେ ଗ୍ରହଣ କରିଥିବା ସାହୁ କିପରି ଉଜୁଡା ଜଙ୍ଗଲକୁ ସଂରକ୍ଷଣ କରିପାରିଛନ୍ତି, ବନ୍ୟ ପଶୁପକ୍ଷୀଙ୍କ ସୁରକ୍ଷା ପାଇଁ ଜନସଚେତନତା ସୃଷ୍ଟି କରୁଛନ୍ତି ସେ ସମ୍ପର୍କରେ ଅବଗତ କରିଥିଲେ। ସେହିପରି ବାଇଚଢେଇ ଓ ଘରଚଟିଆଙ୍କ ବଂଶବୃଦ୍ଧି ପାଇଁ ରାସ୍ତା, ମାଳବନ୍ଧ କଡରେ ତାଳ, ଖଜୁରି ଗଛ ରୋପଣ କରିବା ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ। ବିଶେଷ କରି ସମ୍ପ୍ରତି ଗ୍ରୀଷ୍ମ ପ୍ରବାହ ସମୟରେ ଜୀବଜନ୍ତୁ ତଥା ପଶୁପକ୍ଷୀଙ୍କ ପାଇଁ ପକ୍ଷୀ ନିବାସ ସହ ସେମାନଙ୍କ ତୃଷା ମେଣ୍ଟାଇବା ଲାଗି ବିଭିନ୍ନ ସ୍ଥାନରେ ଜଳପାତ୍ର ସ୍ଥାପନ କରିବାକୁ ପରାମର୍ଶ ଦେଇଥିଲେ। ମହୁମାଛି, ପ୍ରଜାପତି, ଭ୍ରମର ଆଦିଙ୍କ ଆହାର ପାଇଁ ଗଛରୁ ଅଧିକ ଫୁଲ ନ ତୋଳି ଛାଡିଦେବାକୁ କହିଥିଲେ। ନିଜେ ବଞ୍ଚତ୍ ଅନ୍ୟକୁ ବଞ୍ଚାଇବା ଉପରେ ସାହୁ ଗୁରୁତ୍ୱାରୋପ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ କ୍ଲବର ସମସ୍ତ ସଦସ୍ୟଙ୍କ ସହିତ ସ୍ଥାନୀୟ ଅଞ୍ଚଳର ଅରୁଣ, ଅଶ୍ୱିନୀ, ପିନୁ, ଶିବୁ, ପ୍ରଭାତ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri