Posted inଖେଳ

ଜୋକୋଭିଚ୍‌ ଚତୁର୍ଥ ରାଉଣ୍ଡରେ

ଲଣ୍ଡନ, ୬ା୭-ଗତଥରର ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ସର୍ବୀୟ ଖେଳାଳି ନୋଭାକ୍‌ ଜୋକୋଭିଚ୍‌ ଓ୍ବିମ୍ବେଲଡନ ଓପନ ଟେନିସ ପ୍ରତିଯୋଗିତାର ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ରନର୍ସଅପ୍‌ କେଭିନ ଆଣ୍ଡରସନ ତାଙ୍କ ମ୍ୟାଚ ହାରିଯାଇଛନ୍ତି। ଜୋକୋଭିଚ୍‌ ତୃତୀୟ ରାଉଣ୍ଡରେ ରବର୍ଟ ହର୍କାଜଙ୍କୁ ୭-୫, ୬-୭ (୫), ୬-୧, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ଆର୍ଜେଣ୍ଟିନାର ଗୁଇଡୋ ପେଲା ଚତୁର୍ଥ ସିଡ୍‌ ତଥା ଦକ୍ଷିଣ ଆଫ୍ରିକାର ଆଣ୍ଡରସନଙ୍କୁ ୬-୪, ୬-୩, ୭-୬ (୭-୪)ରେ ହରାଇ ଦେଇଛନ୍ତି। ଏଥିସହିତ ଏକ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତାରେ ସେ ପ୍ରଥମ ଥର ପାଇଁ ଚତୁର୍ଥ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ବିଶ୍ୱର ଏହି ୨୬ ନମ୍ବର ମାନ୍ୟତାପ୍ରାପ୍ତ ଖେଳାଳି ବର୍ତ୍ତମାନ କାନାଡାର ମିଲୋସ ରାଓନିକ୍‌ଙ୍କୁ ଭେଟିବେ। ରାଓନିକ ଆମେରିକାର ରେଲି ଓପେଲନ୍‌କାଙ୍କୁ ୭-୬ (୭-୧), ୬-୨, ୬-୧ ସେଟ୍‌ରେ ହରାଇ ଦେଇଛନ୍ତି। ପୁରୁଷ ସିଙ୍ଗଲ୍ସରେ ଅନ୍ୟମାନଙ୍କ ମଧ୍ୟରେ ସ୍ପେନର ରବର୍ଟୋ ବଟିଷ୍ଟା ଅଗଟ୍‌, ଫ୍ରେଞ୍ଚ ଖେଳାଳି ବେନଏଟ ପାଇରେ ମଧ୍ୟ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟପକ୍ଷରେ ପୂର୍ବତନ ମହିଳା ନମ୍ବର ଓ୍ବାନ ଖେଳାଳି ଡେନମାର୍କର କାରୋଲିନ୍‌ ଓଜନିଆକିଙ୍କୁ ପରାଜୟ ସ୍ବୀକାର କରିବାକୁ ପଡ଼ିଛି। ଶୁକ୍ରବାର ଏକ ମହିଳା ସିଙ୍ଗଲ୍ସ ତୃତୀୟ ରାଉଣ୍ଡ ମ୍ୟାଚରେ ଚାଇନାର ଝାଙ୍ଗ୍‌ ଶୁଆଇ ୬-୪, ୬-୨ ସେଟ୍‌ରେ ୧୪ତମ ସିଡ୍‌ ଓଜନିଆକିଙ୍କୁ ପରାସ୍ତ କରିଛନ୍ତି। ମହିଳା ସିଙ୍ଗଲ୍ସରେ ବିଜୟ ଲାଭ କରିଥିବା ଅନ୍ୟ ଖେଳଳିମାନଙ୍କ ମଧ୍ୟରେ ସିମୋନା ହାଲେପ୍‌, ପେଟ୍ରା ମାର୍ଟିକ, ଏଲିନା ସ୍ବିତୋଲିନା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri