Posted inଖେଳ

ଜୋକୋଭିଚ୍‌, ନାଡାଲ କ୍ୱାର୍ଟରରେ

ମଣ୍ଟେ କାର୍ଲୋ, ୧୯ା୪ (ଏଏଫ୍‌ପି)- ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌ ଏବଂ ୧୧ଥର ଚାମ୍ପିୟନ ରାଫାଲ ନାଡାଲ ଏଠାରେ ଚାଲିଥିବା ମଣ୍ଟେ କାର୍ଲୋ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି।  ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ଖେଳାଳିଙ୍କ ବିପକ୍ଷରେ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ଜୋକୋଭିଚ୍‌ ୬-୩, ୬-୦ ସିଧାସଳଖ ସେଟ୍‌ରେ ଟେଲର ଫ୍ରିଜ୍‌ଙ୍କୁ ହରାଇ ଦେଇଛନ୍ତି। ଦୁଇଥର ଟୁର୍ନାମେଣ୍ଟ ଚାମ୍ପିୟନ ୨୦୧୬ ଓ୍ବିମ୍ବେଲଡନରେ ସାମ କ୍ୱେରୀଙ୍କଠାରୁ ପରାଜିତ ହେବାପରଠାରୁ ଆମେରିକୀୟ ଖେଳାଳିଙ୍କ ବିପକ୍ଷରେ କ୍ରମାଗତ ୯ମ ବିଜୟ ହାସଲ କରିଛନ୍ତି। ଅନ୍ୟପକ୍ଷରେ ନାଡାଲ ୬-୪, ୬-୧ ସେଟ୍‌ରେ ବୁଲ୍‌ଗେରିଆର ଗ୍ରିଗୋର ଦିମିତ୍ରୋଭଙ୍କ ବିପକ୍ଷରେ ବିଜୟ ହାସଲ କରିଛନ୍ତି। ନାଡାଲ କ୍ୱାର୍ଟରଫାଇନାଲରେ ଗୁଇଡୋ ପେଲାଙ୍କୁ ଭେଟିବେ। ପେଲା ଇଟାଲୀର ମାର୍କୋ ସେଚିନାଟୋଙ୍କୁ ୬-୪, ୪-୬, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବରୁ ଅନ୍ୟ ଏକ ମ୍ୟାଚରେ ୬ଷ୍ଠ ସିଡ୍‌ ଷ୍ଟିଫାନସ ତିସିତପାସ୍‌ ୬-୧, ୧-୬, ୬-୪ରେ ଡାନିଲ ମେଦଭେଦଙ୍କଠାରୁ ହାରିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri