Posted inଖେଳ

ଜୋତା କିଣିବାକୁ ଟଙ୍କା ନ ଥିଲା, ଏବେ ଭାରତ ପାଇଁ ଆଣିଲେ ସଫଳତା

ଲଡରହିଲ,୪।୮:ବିଶ୍ୱକପ ବିପର୍ଯ୍ୟୟ ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜର ପ୍ରଥମ ମ୍ୟାଚ ଖେଳି ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତ ପାଇଁ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ ଖେଳି ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶନିବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ପଦାର୍ପଣ କରି ୨୬ ବର୍ଷୀୟ ସଇନି ମାତ୍ର ୧୭ ରନ ବ୍ୟୟ କରି ୩ ଉଇକେଟ ନେବା ସହ ଭାରତ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରି ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ୨୦୧୯ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଖେଳୁଥିବା ନବଦୀପ ଓ୍ବେଷ୍ଟଇଣ୍ଡିଜ ଗ୍ରସ୍ତରେ ଉଭୟ ଏକଦିବସୀୟ ଏବଂ ଟି-୨୦ ଦଳରେ ସ୍ଥାନ ପାଇଛନ୍ତି। ଦିଲ୍ଲୀ ପକ୍ଷରୁ ରଣଜୀ ଖେଳୁଥିବା ନବଦୀପ ଦ୍ରୁତ ଗତିରେ ବୋଲିଂ ସାଙ୍ଗକୁ ସଠିକ ଲାଇନଲେନ୍ଥରେ ପକାଇବା ଯୋଗୁ ତାଙ୍କୁ ଦଳରେ ଚୟନ କରାଯାଇଛି। ଆଇପିଏଲରେ ମଧ୍ୟ ସେ ତାଙ୍କ ପ୍ରତିଭା ଦେଖାଇସାରିନ୍ତି। ୨୦୧୭-୧୮ ରଣଜୀ ସିଜିନରେ ଦିଲ୍ଲୀକୁ ଫାଇନାଲ ପହଞ୍ଚାଇବାରେ ନବଦୀପଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ସେ ୮ଟି ମ୍ୟାଚରୁ ୩୪ ଉଇକେଟ ନେଇଥିଲେ। କ୍ରିକେଟ ସଫଳତା ପାଇବା ପାଇଁ ତାଙ୍କୁ ଖୁବ ପରିଶ୍ରମ କରିବାକୁ ପଡିଥିଲା। ମାତ୍ର ୨୦୦ ଟଙ୍କା ପାଇଁ ସେ ଗଳି କ୍ରିକେଟ ଟୁର୍ନାମେଣ୍ଟରେ ଭାଗ ନେଉଥିଲେ। ୨୦୧୩ ପର୍ଯ୍ୟନ୍ତ ଲେଦର୍‌ ବଲରେ ନୁହେଁ, ଟେନିସ ବଲରେ ସେ ବୋଲିଂ କରୁଥିଲେ। ପୂର୍ବତନ ଭାରତୀୟ ଖେଳାଳି ଗୌତମ ଗମ୍ଭୀର ଏକ ଘରୋଇ କ୍ରିକେଟ ଲିଗ୍‌ରେ ନବଦୀପଙ୍କୁ ଭେଟିଥିଲେ। ତାଙ୍କ ପ୍ରତିଭାକୁ ଚିହ୍ନି ତାଙ୍କୁ ପ୍ରଥମେ ନେଟ୍ସ ଅଭ୍ୟାସ ପାଇଁ ଡାକିଥିଲେ। ସେତେବେଳକୁ ନବଦୀପଙ୍କ ପାଖରେ ହଳେ ଜୋତା ମଧ୍ୟ ନ ଥିଲେ। ପରେ ଗମ୍ଭୀର ତାଙ୍କୁ ଦୁଇହଳ ଜୋତା ଦେଇଥିଲେ। ପ୍ରତିଦିନ ସେ ଫିରୋଜ ଶାହ କୋଟଲାକୁ ଅଭ୍ୟାସ ପାଇଁ ଆସନ୍ତି। ଶେଷରେ ହରିୟାଣାର ହୋଇଥିଲେ ମଧ୍ୟ, ଦିଲ୍ଲୀ ପାଇଁ ରଣଜୀ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri