ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରାଯାଉଛି। କରୋନା କିଭଳି ସଂକ୍ରମିତ ହେଉଛି ସେ ନେଇ ମଧ୍ୟ ଲୋକଙ୍କୁ ସଚେତନ କରାଯାଇଛି। ତେବେ ଜୋତା ଏବଂ ଚପଲ ଦ୍ୱାରା ମଧ୍ୟ କରୋନା ସଂକ୍ରମଣ ହୋଇଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ବାହାରେ ବୁଲୁଥିବା ସମୟରେ ସଭିଏଁ ଜୋତା ଅବା ଚପଲ ପିନ୍ଧିଥାନ୍ତି। ଜୋତା ଓ ଚପଲର ସୋଲ୍‌ ଦ୍ୱାରା ମଧ୍ୟ କୋରାନା ଭୂତାଣୁ ଜଣଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମିତ ହେବାର ଆଶଙ୍କା ରହିଥାଏ। କରୋନା ସଂକ୍ରମିତଙ୍କ ଛେପ ଖଙ୍କାର ଯଦି ବାହାରେ ପଡ଼େ, ତେବେ ଏହାକୁ ଅନ୍ୟ କେହି ଚପଲ ଅବା ଜୋତାରେ ମାଡ଼ିବାର ଆଶଙ୍କା ରହିଥାଏ। ଏପରି ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ଜୋତା ଓ ଚପଲରେ ଭୂତାଣୁ ତାଙ୍କ ଘର କିମ୍ବା ଯାଉଥିବା ସୁପର ମାର୍କେଟ୍‌, ଶପିଂ ମଲ୍‌, ହସ୍ପିଟାଲ ବିଭିନ୍ନ ସ୍ଥାନକୁ ସହଜରେ ସ୍ଥାନାନ୍ତରିତ ହୋଇଥାଏ। ଚପଲ ଅବା ଜୋତା ସୋଲ୍‌ରେ କରୋନା ଭୂତାଣୁ ୫ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ। ଫଳରେ ଏହା ଦ୍ୱାରା ସହଜରେ କମ୍ୟୁନିଟି ସଂକ୍ରମଣର ଆଶଙ୍କା ରହିଥାଏ। ଏଭଳି ସଂକ୍ରମଣକୁ ସାଧାରଣତଃ ତୃତୀୟ ଷ୍ଟେଜ୍‌ ଭାବେ ଧରି ନିଆଯାଇଥାଏ। ଯଦି ଥରେ କମ୍ୟୁନିଟି ସଂକ୍ରମଣ ଆରମ୍ଭ ହୋାଇଯାଏ ତେବେ ଏହାକୁ ରୋକିବା କଷ୍ଟକର ବ୍ୟାପାର ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ତେଣୁ ଲକ୍‌ଡାଉନ୍‌ ସମୟରେ ବାହାରକୁ ନ ଗଲେ ଜୋତା ଏବଂ ଚପଲ ଦ୍ୱାରା ସଂକ୍ରମଣର ଆଶଙ୍କା ଯଥେଷ୍ଟ କମ ରହିଥାଏ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri