ଜୋନ୍‌ସ୍ତରୀୟ କଳା ଉତ୍ସବ: ଭାଗ ନେଲେ ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍‌ ଶିକ୍ଷକ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ସହର ସ୍ଥିତ ମିଶନ ବାଳିକା ବିଦ୍ୟାଳୟ ପରିସରରେ ଜୋନ୍‌ସ୍ତରୀୟ କଳା ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୋଳ ଆଦି ୫ ଜିଲାର ଛାତ୍ରୀଛାତ୍ର ଓ ଗାଇଡ୍‌ ଶିକ୍ଷକମାନେ ଏଥିରେ ଅଂଶଗ୍ରହଣ କରିଥିଲେ। ଚିତ୍ରାଙ୍କନ, ଯନ୍ତ୍ରସଙ୍ଗୀତ, କଣ୍ଠସଙ୍ଗୀତ ଓ ନୃତ୍ୟ ବିଷୟରେ ବାଳିକା ଓ ବାଳକ ବିଭାଗରେ ପ୍ରତିଯୋଗିତା ହୋଇଥିଲା। ଓପି ଜିନ୍ଦଲ ସ୍କୁଲ, ଅନୁଗୋଳର ଆକୃତି ପାଠକ ଓ ରମାକାନ୍ତ ପାଣ୍ଡେ କଣ୍ଠସଙ୍ଗୀତରେ, ସୋହମ ସାହୁ ଓ ଅଭିଶ୍ରେୟା ପଟ୍ଟନାୟକ ଯନ୍ତ୍ର ସଙ୍ଗୀତରେ, ସୁମ୍ବୁଲ ଫାତିମା ଚିତ୍ରାଙ୍କନରେ ଏବଂ ଅନ୍ବେଷା କିରଣ ନୃତ୍ୟରେ, ମହତାବ ହାଇସ୍କୁଲ ଅନୁଗୁଳର କୃଷ୍ଣା କାବେରୀ ଚିତ୍ରାଙ୍କନରେ, ଆଦର୍ଶ ବିଦ୍ୟାଳୟ, ହରିଚନ୍ଦନପୁର କେଉଁଝରର ଶୁଭମ୍‌ କୁମାର ସାହୁ ନୃତ୍ୟରେ ପ୍ରଥମ ହୋଇ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଥିଲେ।
ଜିଲା ପ୍ରକଳ୍ପ ସଂଯୋଜକ ସୁରେନ୍ଦ୍ର ପ୍ରସାଦ ଶଙ୍ଖୁଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଚିତ୍ରଶିଳ୍ପୀ କେଶୁ ଦାସ ଓ ସଙ୍ଗୀତ ନିର୍ଦ୍ଦେଶକ ଅମୃତାଂଶୁ ପଟ୍ଟନାୟକ ଅତିଥି ଭାବରେ ଯୋଗଦେଇଥିଲେ। ଜିଲା ବିଜ୍ଞାନ ସଂଯୋଜକ କୃଷ୍ଣମୋହନ ସିଂହ ଉତ୍ସବର ଉଦ୍ଦେଶ୍ୟ ସମ୍ପର୍କରେ କହିଥିଲେ। ମିଶନ ବାଳିକା ବିଦ୍ୟାଳୟର ପ୍ରଧାନଶିକ୍ଷକ ହିମାଂଶୁ ଶେଖର ନାୟକ ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ହିରଣ୍ମୟ ମହାପାତ୍ର, ଗୋପାଳ ଚନ୍ଦ୍ର ଶିଅଳ, ଇନ୍ଦ୍ରଜିତ ପାତ୍ର ଓ କୌଶିକ କୁମାର ଦାସ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ଅଞ୍ଜନ ଚାନ୍ଦଙ୍କ ପରିଚାଳନାରେ ଆୟୋଜିତ ସଭାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ଜିଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରୀ ଦାସ ଓ ଶ୍ରୀ ପଟ୍ଟନାୟକଙ୍କ ସହିତ ପ୍ରମୋଦ କୁମାର ଦାସ, ମନୋରଞ୍ଜନ ପଣ୍ଡା, ସନ୍ତୋଷ ମହାରଣା, ବସନ୍ତ କୁମାର ଦାସ, ମନୋରଞ୍ଜନ ପଣ୍ଡା, ସନ୍ତୋଷ ମହାରଣା, ବସନ୍ତ କୁମାର ଭୋଇ ଓ ଅଭିଲିପ୍ସା ସାହୁ ବିଚାରକ ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri