ଜୋର୍‌ରେ ହସିଲେ ହୋଇପାରେ ସଂକ୍ରମଣ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ଏବେ ସମସ୍ତେ ସତର୍କ। ସେଥିପାଇଁ ଏବେ ସମସ୍ତେ ସାନିଟାଇଜ୍‌ ସହ ସାମାଜିକ ଦୂରତା ଉପରେ ଜୋର ଦେଉଛନ୍ତି। କିନ୍ତୁ କରୋନା ସଂକ୍ରମଣ ବ୍ୟକ୍ତି ଜୋର୍‌ରେ ହସୁଥିବାବେଳେ ବି ରୋଗ ସଂକ୍ରମଣ ହେବାର ସମ୍ଭାବନା ରହିଛି। ଆଇସିଏମଆର୍‌ ଏବଂ ଏମ୍ସ ପକ୍ଷରୁ ଜାରି ହୋଇଥିବା ନୂଆ ଗାଇଡ୍‌ ଲାଇନ୍‌ରୁ ଏହା ଜଣାପଡ଼ିଛି। ବିଭିନ୍ନ ଅନୁସନ୍ଧାନରୁ ବି ଏହା ଜଣାପଡ଼ିଛି।
ନୂଆ ଗାଇଡ୍‌ ଲାଇନ୍‌ ଅନୁସାରେ ଜୋର୍‌ରେ ହସିବା ସମୟରେ କରୋନା ଭାଇରସ୍‌ ଡ୍ରପଲେଟ୍‌ ମାଧ୍ୟମରେ ବାହାରକୁ ବାହାରିଥାଏ ଏବଂ ଆଖପାଖରେ ଥିବା ଲୋକଙ୍କୁ ସଂକ୍ରମିତ କରିଥାଏ। କିଛି ଦିନ ତଳେ ଚାଇନାର ବିଶେଷଜ୍ଞମାନେ ମତ ଦେଇଥିଲେ କି ସଂକ୍ରମିତ ବ୍ୟକ୍ତିର ମଳରେ ବି କରୋନା ଭାଇରସ୍‌ ଅନେକ ଦିନ ପର୍ଯ୍ୟନ୍ତ ରହିଥାଏ। ପୂର୍ବ ଗାଇଡ୍‌ ଲାଇନ୍‌ ଅନୁସାରେ କାଶ, ଛିଙ୍କ ହେଲେ ରୁମାଲ ଦେଇ ଛିଙ୍କନ୍ତୁ। ଦେହରେ କିମ୍ବା ମୁହଁରେ ହାତ ଲଗାନ୍ତୁ ନାହିଁ। ତେଣୁ ଭଲଭାବେ ହାତ ଧୋଇବା ସହ ସାନିଟାଇଜ୍‌ ଉପରେ ଗୁରୁତ୍ୱ ଦେବା ଉଚିତ୍‌। ସେହିପରି ମଦ କିମ୍ବା ଧୁମ୍ରପାନ ବି କରିବା ଉଚିତ୍‌ ନୁହେଁ। କାରଣ ଏହା ଫଳରେ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବହୁତ କମି ଯାଇଥାଏ। ରକ୍ତଚାପ ରୋଗୀ ଖୁବ୍‌ କମ୍‌ ଲୁଣ ଖାଆନ୍ତୁ। ଏହିପରି ସମସ୍ତ ପ୍ରକାରର ପ୍ରତିଷେଧକ ବ୍ୟବସ୍ଥାକୁ ମାନିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?