ଜୋର୍‌ ଧରିଲା ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦାବି: ସଂସ୍କୃତିମ୍‌ ପକ୍ଷରୁ ଓଡ଼ିଶୀ ସଙ୍ଗୀତ ଉତ୍ସବ ଆରମ୍ଭ

ଭୁବନେଶ୍ୱର,୨।୨(ବ୍ୟୁରୋ)-  ଓଡ଼ିଶୀ ନୃତ୍ୟ ସମ୍ପର୍କିତ ଐତିହାସିକ ସାହିତ୍ୟ ଓ ପରମ୍ପରା ବେଶ୍‌ ବ୍ୟାପକ। ଓଡ଼ିଶୀ ସଙ୍ଗୀତରେ ରାଗ, ତାଳ, ବାଦ୍ୟ ଏବଂ ସାଙ୍କେତିକ ଚିହ୍ନ ଆଦି କର୍ନାଟକୀ ଓ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଭଳି ରହିଛି। ସେହି ଅନୁସାରେ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସଙ୍ଗୀତ ମାନ୍ୟତା ପ୍ରଦାନ କରିବାକୁ ଶନିବାର ସଂସ୍କୃତିମ୍‌ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ କବିଚନ୍ଦ୍ର ଡ. କାଳିଚରଣ ପଟ୍ଟନାୟକ ଓଡ଼ିଶୀ ସଙ୍ଗୀତ ସେମିନାରରେ ମତପ୍ରକାଶ ପାଇଛି। ଶାସ୍ତ୍ରୀୟ ସଙ୍ଗୀତ ମାନ୍ୟତା ପାଇବାର ସମସ୍ତ ଗୁଣ ଓଡ଼ିଶୀ ସଙ୍ଗୀତ ନିକଟରେ ରହିଥିବାରୁ ଏହାକୁ ତୁରନ୍ତ ମାନ୍ୟତା ପ୍ରଦାନ କରିବାକୁ ବିଶିଷ୍ଟ ବକ୍ତାମାନେ ଦାବି କରିଛନ୍ତି।

ବିହାରସ୍ଥିତ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର, ଓଡ଼ିଶୀ ସଙ୍ଗୀତ ବିଶାରଦ ଡ. କୀର୍ତ୍ତନ ନାରାୟଣ ପାଢ଼ୀ, ଓଡ଼ିଶା ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ଡ. ସୁବାସ ପାଣି, ଗୁରୁ ଡ. ଗୋପଳ ଚନ୍ଦ୍ର ପଣ୍ଡା, ପ୍ରଫେସର ରଘୁନାଥ ପଣ୍ଡା, ଡ. ସଙ୍ଗୀତା ଗୋସାଇଁ, ଗୁରୁ ଡ. ବିଜୟ କୁମାର ଜେନା, ସଙ୍ଗୀତା ପଣ୍ଡା, ପଦ୍ମଶ୍ରୀ ପ୍ରଫୁଲ୍ଲ କର, ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି, ପ୍ରଫେସର ମୋହିନୀ ମୋହନ ପଟ୍ଟନାୟକ, ପ୍ରଫେସର ଜଗନ୍ନାଥ କୁଁଅର, ଗୁରୁ ସଚ୍ଚିଦାନନ୍ଦ ଦାସ ପ୍ରମୁଖ ଯୋଗଦେଇ ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ସଙ୍ଗୀତ ମାନ୍ୟତା ପ୍ରଦାନ କରିବା ଲାଗି ଦାବି କରିଥିଲେ। ଓଡ଼ିଶୀ ନୃତ୍ୟ ବିଶାରଦ କସ୍ତୁରୀ ପଟ୍ଟନାୟକ ସେମିନାର ସଂଯୋଜନା କରିଥିଲେ। ଏହି ଅବସରରେ ସନ୍ଧ୍ୟାରେ କବିଚନ୍ଦ୍ର ଡ. କାଳିଚରଣ ପଟ୍ଟନାୟକ ଓଡ଼ିଶୀ ସଙ୍ଗୀତ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ଓଡ଼ିଶୀ ସଙ୍ଗୀତ ବିଶାରଦ ଓ ଉଦୀୟମାନ କଳାକାରଙ୍କ ଦ୍ୱାରା ଓଡ଼ିଶୀ ସଙ୍ଗୀତ ପରିବେଷଣ କରାଯାଇଥିଲା। ଏହି ଦୁଇଦିନିଆ ଉତ୍ସବ ରବିବାର ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଂଶୋଧିତ ଇଂଲିଶ ବନାନ ତ୍ୱରିତ କାର୍ଯ୍ୟକାରୀ ଲାଗି ନିର୍ଦ୍ଦେଶ, ସବୁ ଜିଲାପାଳଙ୍କୁ ରାଜସ୍ବ ସଚିବଙ୍କ ଚିଠି

ଭୁବନେଶ୍ୱର,୨୧।୭(ସୁନିତ୍‌ ମିଶ୍ର): ରାଜ୍ୟର ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳ ଗୁଡ଼ିକ ନାମର ସଂଶୋଧିତ ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବା…

ବାହୁଡ଼ା ଯାତ୍ରା ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏହି ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୧।୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ…

ରାଜ୍ୟରେ ପିଭିଟିଜିଙ୍କ ସ୍ବାସ୍ଥ୍ୟାବସ୍ଥା ଚିନ୍ତାଜନକ, ୮୧ପ୍ରତିଶତ ମହିଳା ବ୍ୟବହାର କରୁନାହାନ୍ତି…

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ଓଡ଼ିଶାର ବିଶେଷ ଭାବେ ଅନୁନ୍ନତ ଜନଜାତି ଗୋଷ୍ଠୀ(ପିଭିଟିଜି)ଙ୍କ ମଧ୍ୟରେ କୁପୋଷଣ, ରକ୍ତହୀନତା, ମାତୃ ସ୍ବାସ୍ଥ୍ୟ ଓ ମୌଳିକ ସ୍ବାସ୍ଥ୍ୟସେବାର ଅଭାବ ଚିନ୍ତାର ବିଷୟ ପାଲଟିଛି।…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତା ପ୍ରତ୍ୟାହାର

ଭୁବନେଶ୍ୱର,୨୧।୭(ସୁଚିସ୍ମିତା ସାହୁ): ସରକାରୀ କଲେଜରେ ଅଣଶିକ୍ଷକ କର୍ମଚାରୀଙ୍କ ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ କରାଯାଇଛି । ସରକାରୀ କଲେଜ ପ୍ରିନ୍ସିପାଲଙ୍କଠାରୁ ନିଯୁକ୍ତି କ୍ଷମତାକୁ ପ୍ରତ୍ୟାହାର କରାଯାଇଥିବାବେଳେ ଏହି ଦାୟିତ୍ୱରେ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୪ ଯାଏ ଲାଗିରହିବ ଘଡ଼ିଘଡ଼ି ସହ ବର୍ଷା, ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର, ୨୧।୭- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅପରପକ୍ଷେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଥିବା ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟରୁ ଏକ ଟ୍ରଫ୍‌…

ରଥଯାତ୍ରାରେ ମୃତ୍ୟୁବରଣ କରିଥିବା ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର,୨୦।୭:ଚଳିତ ରଥଯାତ୍ରା ଦିନ ପୁରୀଠାରେ ଅତ୍ୟଧିକ ଗହଳି କାରଣରୁ ୨ ଜଣଙ୍କ ପ୍ରାଣହାନି ହୋଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କଟକର ଅନିଲ ଦାସ ଏବଂ ମୁମ୍ବାଇର ଅଶୋକ…

ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା…

ଅଧିକାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ: ବଦଳି ଆଦେଶ ନ ମାନିଲେ କାଲିଠୁ ଦରମା ବନ୍ଦ

ଭୁବନେଶ୍ୱର,୨୦।୭: ବଦଳି ଆଦେଶ ମାନୁ ନ ଥିବା ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗର କଡ଼ା ଆଭିମୁଖ୍ୟ ଦେଖାଇଛି। ଆଜି ସୁଦ୍ଧା ନୂଆ ସ୍ଥାନରେ ଯୋଗ ନ ଦେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri