ଜ୍ଞାନକୁ ସ୍କୁଲ ବହିରେ ସୀମିତ ରଖ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଜୀବନରେ ସମସ୍ୟା ନିଶ୍ଚିତ ରହିବ। କିନ୍ତୁ ତାକୁ ସାହସର ସହିତ ମୁକାବିଲା କରିବାକୁ ପଡ଼ିବ। ଆତ୍ମବିଶ୍ୱାସ ଓ ସକାରାତ୍ମକ ମନୋଭାବ ନେଇ କାମ କଲେ ସଫଳତା ନିଶ୍ଚୟ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ର ଶନିବାର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ କହିଲେ, ଆଜିକାଲି ହେଉଛି ଜ୍ଞାନ ଯୁଗ। ତେଣୁ ସବୁବେଳେ ଜ୍ଞାନ ଉପରେ ଅପ୍‌ଡେଟ୍‌ ରୁହ। ତୁମ ଜ୍ଞାନକୁ କେବଳ ସ୍କୁଲ ବହି ଭିତରେ ସୀମିତ ରଖ ନାହିଁ। କ୍ରୀଡ଼ା, ନୃତ୍ୟ, ସଙ୍ଗୀତ, କଳା, ସମାଜସେବା ଯାହା ତୁମକୁ ଭଲ ଲାଗୁଛି, ସେଥିରେ ଉତ୍କର୍ଷ ପ୍ରଦର୍ଶନ କରିବା ପାଇଁ ଚେଷ୍ଟା କର। ଶିକ୍ଷାର କୌଣସି ବିକଳ୍ପ ନାହିଁ। ତେଣୁ ପାଠପଢ଼ା ଜାରି ରଖ। ସବୁଦିନ ନିଜେ ସ୍କୁଲ ଆସିବା ସହିତ ଅନ୍ୟମାନଙ୍କୁ ଏଥିପାଇଁ ଉତ୍ସାହିତ କର। ଭବିଷ୍ୟତରେ ଭଲ ମଣିଷ ହେବାକୁ ଚେଷ୍ଟା କର। ମା’ ବାପାଙ୍କ ସ୍ବପ୍ନ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ।

ଉତ୍ସବରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ, ପିଲାମାନେ ତୁମେ ହେଉଛ ଦେଶର ଭବିଷ୍ୟତ। ଏକ ନିର୍ଦ୍ଦିଷ୍ଟ ଲକ୍ଷ୍ୟ ରଖି ପାଠପଢ଼ ଏବଂ ତାକୁ ସାକାର କରିବା ପାଇଁ ପ୍ରାଣପଣେ ଚେଷ୍ଟା। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ଅଧ୍ୟକ୍ଷତା କରି କହିଲେ, ଓଡ଼ିଶାକୁ ଶିକ୍ଷା ହବ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହେଉଛି। ବିଭିନ୍ନ ଜାତୀୟ ଶିକ୍ଷାନୁଷ୍ଠାନ ଆମ ଓଡ଼ିଶାରେ ରହିଛି। ରାଜ୍ୟ ତଥା ଦେଶ ବାହାରୁ ପିଲାମାନେ ଆସି ଏଠାରେ ଶିକ୍ଷା ଗ୍ରହଣ କରୁଛନ୍ତି। ଅନ୍ୟରାଜ୍ୟ ତୁଳନାରେ ଓଡ଼ିଶାରେ ସର୍ବାଧିକ ଶିକ୍ଷା ବଜେଟ୍‌ କରାଯାଉଛି ବୋଲି ମନ୍ତ୍ରୀ ଦାସ କହିଛନ୍ତି। ବିଭାଗୀୟ ସଚିବ ଚିତ୍ରା ଅରମୁଗମ୍‌ ସ୍ବାଗତ ଭାଷଣ ଓ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହ ପିଲାଙ୍କର ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ। ସୂଚନାଯୋଗ୍ୟ, ଶିଶୁ ଦିବସରୁ ଚାଲିଥିବା ଏହି ତିନିଦିନିଆ ମହୋତ୍ସବରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୩ହଜାର ଛାତ୍ରୀଛାତ୍ର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri