ଜ୍ୟାକ୍‌ଲିନଙ୍କ ହଟ୍‌ ଯୋଗ ଲୁକ୍‌ ପ୍ରଶଂସକଙ୍କ ହୃଦୟରେ ଲଗାଇଲା ନିଆଁ

ମୁମ୍ବାଇ: ବି-ଟାଉନ୍‌ର ଅଭିନେତ୍ରୀ ଜ୍ୟାକ୍‌ଲିନ୍‌ ଫର୍ଣ୍ଣାଣ୍ଡିସ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମରେ କିଛି ଭିଡିଓ ଏବଂ ଫଟୋ ଶେୟାର କରିଛନ୍ତି। ଯାହାକୁ ଦେଖି ପ୍ରଶଂସକମାନଙ୍କ ହୃଦୟରେ ନିଆଁ ଲାଗିଯାଇଛି। ଯେଉଁଥିରେ ସେ ବେଶ୍‌ ହଟ୍‌ ଲାଗିବା ସହ ଯୋଗ କରୁଥିବା ନଜର ଆସିଛନ୍ତି। ଜ୍ୟାକ୍‌ଲିନ ଏକ ଛୋଟ ଗୋଲାପି ରଙ୍ଗର ଡ୍ରେସ୍‌ରେ ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି। ଇନ୍‌ଷ୍ଟାଗ୍ରାମରେ ଏହି ଫଟୋ ଶେୟାର କରି ଏଥିରେ କ୍ୟାପଶନ୍‌ ଲେଖିଛନ୍ତି, ‘ଷ୍ଟ୍ରେଚ୍‌’। ମେରୁଦଣ୍ଡକୁ ଶକ୍ତ, ସୁସ୍ଥ ଏବଂ ଖୁସି ରଖେ। ମୁଁ ଯୋଗ ପୋଜ୍‌କୁ ଯେକୌଣସି ସମୟରେ ଭଲ ପାଏ। ଆଉ ଗୋଟିଏ ଫଟୋରେ ଖୁବ୍‌ ଜୋର୍‌ରେ ନିଃଶ୍ୱାସ ନେଉଥିବାର ନଜର ଆସିଛନ୍ତି। ଏଥିରେ କ୍ୟାପ୍‌ଶନ ଲେଖିଛନ୍ତି, ମନେରଖନ୍ତୁ ଆପଣ କିଛି ଆରାମଦାୟକ ସଙ୍ଗୀତ ସହିତ ଏକ ଗଭୀର ନିଃଶ୍ୱାସ ନେଇପାରନ୍ତି। ଏହି ଫଟୋକୁ ପ୍ରଂଶସକମାନେ ବେଶ୍‌ ପସନ୍ଦ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri