Posted inଫୁରସତ

ଜ୍ୱାଳାମୁଖୀ ନିକଟରେ ବିବାହ କଲେ ବରକନ୍ୟା

ମନିଲା: ଫିଲିପାଇନ୍ସର ଏକ ସକ୍ରିୟ ଜ୍ୱାଳାମୁଖୀ ହେଉଛି ‘ତାଲ୍‌’। ରବିବାର ଏହାର ଆଖପାଖ ଅଞ୍ଚଳରେ ପରିସ୍ଥିତି ଜଟିଳ ହୋଇପଡ଼ିଥିଲା। ଏହା ସତ୍ତ୍ୱେ ଜ୍ୱାଳାମୁଖୀ ନିକଟରେ ବିବାହ କରିଛନ୍ତି ବରକନ୍ୟା। ଏହି ସମୟର ଫଟୋ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଛି। ଜ୍ୱାଳାମୁଖୀ ମଝିରେ ଦୁହିଁଙ୍କର ଫଟୋ ଶୁଟ୍‌ ହୋଇଥିବା ଦେଖିବାକୁ ମିଳିଛି।

ଓ୍ବେଡିଂ ଫଟୋଗ୍ରାଫର ରାଣ୍ଡୋଲ୍ଫ ଇବନ୍‌ କୁହନ୍ତି, କନ୍ୟା ଚିନୋ ଏବଂ ବର କାଟ୍‌ ଓ୍ବାଫ୍‌ଲର୍‌ଙ୍କ ବିବାହ ସ୍ଥଳ ଜ୍ୱାଳାମୁଖୀ ନିକଟରୁ ୧୦ କିଲୋମିଟର ଦୂରରେ ଥିଲା। ଆଗ୍ନେୟ ଉଦ୍‌ଗିରଣ ହେବା ପରେ ଏହା ଚାରିଆଡ଼କୁ ବ୍ୟାପୀ ଯାଇଥିଲା। ବିପଦକୁ ଦୃଷ୍ଟିରେ ରଖି ଏଠାକାର ପ୍ରଶାସନ ପକ୍ଷରୁ ପ୍ରାୟ ୮୦୦୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା। ଏହାର ଲାଭା ତାଲ୍‌ ହ୍ରଦରେ ପଡ଼ିବ ବୋଲି ପ୍ରଶାସନ ପକ୍ଷରୁ ସୂଚାଇ ଦିଆଯିବା ସହ ଆଖପାଖ ଅଞ୍ଚଳରେ ସୁନାମୀ ଆସିବ ବୋଲି ଘୋଷଣା ପୂର୍ବକ ସଚେତନ କରାଯାଇଥିଲା। ସମସ୍ତେ ଭୟଭୀତ ହୋଇପଡ଼ିଥିଲେ। ମାତ୍ର ଚିନୋ ଏବଂ କାଟ୍‌ ଏହାକୁ ଖାତିର ନ କରି ଜ୍ୱାଳାମୁଖୀ ନିକଟରେ ବିବାହ କରିବାକୁ ଚାହିଁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri