ଜୟନ୍ତୀ ସମାରୋହରେ ମତ: ଭକ୍ତି-ସାହିତ୍ୟର ଭାବମୟ ସ୍ରଷ୍ଟା ଦୀନକୃଷ୍ଣ

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଏକଘରିଆ ଗ୍ରାମସ୍ଥିତ ଶରଣ ଶ୍ରୀକ୍ଷେତ୍ରରେ ଶନିବାର ଭକ୍ତକବି ଦୀନକୃଷ୍ଣ ଦାସଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଦୀନବନ୍ଧୁଙ୍କ ପ୍ରତିଟି ଲେଖାରେ ଭକ୍ତି ଏବଂ ସାହିତ୍ୟର ଅନୁପମ ସମ୍ମିଶ୍ରଣ ଦେଖିବାକୁ ମିଳେ। ସେ ଉଭୟ ଭକ୍ତି ଓ ସାହିତ୍ୟର ଭାବମୟ ସ୍ରଷ୍ଟା ବୋଲି ମତପ୍ରକାଶ ପାଇଥିଲା।
ଶରଣ ଶ୍ରୀକ୍ଷେତ୍ର ବିକାଶ ପରିଷଦ ଦ୍ୱାରା ଆୟୋଜିତ ଏହି ଉତ୍ସବରେ ଅବସରପ୍ରାପ୍ତ ଶ୍ରୀମନ୍ଦିର ପ୍ରଶାସକ ରବି ନାରାୟଣ ମିଶ୍ର, ଡ. ରାଜେନ୍ଦ୍ର ପ୍ରସାଦ ଶତପଥୀ, ଡ. ସନ୍ଧ୍ୟାରାଣୀ ଶତପଥୀ, ଇଂ. ଗଣେଶ୍ୱର ପଣ୍ଡା, ନାଟ୍ୟକାର ଦୀନେଶ ଦାସ, ବାଙ୍ଗୁରସିଂହ ସରପଞ୍ଚ ଜଗବନ୍ଧୁ ଦଳେଇ ପ୍ରମୁଖ ଅତିଥି ଭାବେ ଯୋଗଦେଇ କବିଙ୍କ ସାହିତ୍ୟକୃତି ଓ ଜୀବନୀ ଉପରେ ଆଲୋକପାତ କରିଥିଲେ। ଶରଣ ଶ୍ରୀକ୍ଷେତ୍ରରେ ମହାପ୍ରଭୁ ଜଗନ୍ନାଥ ଓ ଭକ୍ତକବି ଦୀନବନ୍ଧୁଙ୍କ ଭବ୍ୟମନ୍ଦିର ନିର୍ମାଣ କାମ ଚାଲିଛି। ୨୦୨୧ ଜୁଲାଇ ପୂର୍ବରୁ ଏହା ଶେଷ ହେବ। ଏଥିସହ ରଥାଯାତ୍ରା ଏବଂ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ ହେବ ବୋଲି ସଂକଳ୍ପ ନିଆଯାଇଛି।
ଏହି ଅବସରରେ ଅଧ୍ୟାପିକା ଡ. ପୁଷ୍ପଲତା ରଥ, ଦୀନେଶ ଦାସଙ୍କ ସମ୍ପାଦିତ ସ୍ମରଣିକା ‘ଶରଣ ଶ୍ରୀକ୍ଷେତ୍ର’ ଲୋକାର୍ପିତ ହୋଇଥିଲା। ଅବସରପ୍ରାପ୍ତ ଅଧ୍ୟାପକ ଡ. ଦୁର୍ଗାମାଧବ ପୃଷ୍ଟିଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବକୁ ରମାକାନ୍ତ ମିଶ୍ର ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଭୁବନେଶ୍ୱର, ପୁରୀରୁ ଜଗନ୍ନାଥ ଆଶ୍ରିତମଣ୍ଡଳୀ, ଗ୍ଲୋବାଲ ସ୍ପିରିଚୁଆଲ ମିଶନର କର୍ମକର୍ତ୍ତାଙ୍କ ସମେତ ବହୁ ମାନ୍ୟଗଣ୍ୟବ୍ୟକ୍ତି ଓ ଶ୍ରଦ୍ଧାଳୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri