ଜୟପାଟଣା ବ୍ଲକ ପିଏ ନିଲମ୍ବିତ

ଭବାନୀପାଟଣା/ଜୟପାଟଣା,୧୭।୪(ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଜୟପାଟଣା ବ୍ଲକର କାର୍ଯ୍ୟରତ ପିଏ (ପ୍ରଗତି ସହାୟକ) ଶତାମ୍ବର ପ୍ରଧାନୀଙ୍କୁ ବୁଧବାର ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ସଚିବ ଡି. କେ. ସିଂହ ନିଲମ୍ବନ କରିଛନ୍ତି । ସୂଚନା ଅନୁସାରେ, ପିଏ ପ୍ରଧାନୀ ଥୁଆମୁଳ ରାମପୁର ବ୍ଲକ ଅଞ୍ଚଳର ଜଣେ ଦଳିତ ବର୍ଗର ଯୁବତୀଙ୍କୁ ଅପହରଣ କରି ରାୟଗଡାର ଏକ ଲଜ୍‌ରେ ରଖି ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ପରିବାର ଲୋକଙ୍କ ହସ୍ତକ୍ଷେପ ପରେ ଉଭୟଙ୍କ ମଧ୍ୟରେ କୋର୍ଟରେ ବିବାହ ପାଇଁ ଆବେଦନ କରାଯାଇଥିଲା। ସେତେବେଳେ ସମ୍ପର୍କୀୟଙ୍କ ଉପସ୍ଥିତିରେ ରାୟଗଡାସ୍ଥିତ ମାଁ ମାଝୀଗୌରୀ ମନ୍ଦିରରେ ଉଭୟ ବିବାହ କରିଥିଲେ। ହେଲେ କୋର୍ଟରେ ବିବାହ ପାଇଁ ଧାର୍ଯ୍ୟ ତାରିଖ ପୂର୍ବରୁ ପିଏ ପ୍ରଧାନୀ ଫେରାର ହୋଇଯାଇଥିଲେ। ପରେ ଏ ନେଇ ସମ୍ପୃକ୍ତ ଯୁବତୀଙ୍କ ପକ୍ଷରୁ ଏକ ମାମଲା ଦାଏର କରାଯିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଜେଲ୍‌ରେ ୪୦ଦିନ ରହିବା ଯୋଗୁ ସେ କାର୍ଯ୍ୟରେ ଯୋଗ ଦେଇ ପାରି ନ ଥିଲେ। ପରେ ସେ କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ୪୦ଦିନ ଜେଲରେ ରହିବା ପରେ ମଧ୍ୟ ପଞ୍ଚାୟତରାଜ ବିଭାଗ ପକ୍ଷରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ପତ୍ର ସଂଖ୍ୟା ୬୩୭୭/ତା.୧୨।୩।୨୦୨୦ରେ ତାଙ୍କୁ ପିଏରୁ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ଏବିଡିଓ) ଭାବେ ପଦୋନ୍ନତି ମିଳିଥିଲା। ପଞ୍ଚାୟତରାଜ ବିଭାଗର ଏପରି ବିଚିତ୍ର ନୀତି ନେଇ ସାଧାରଣରେ ଚର୍ଚ୍ଚା ହୋଇଥିଲା। ଏ ନେଇ ଅଭିଯୋଗ ହେବା ପରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ସିଂହ ବୁଧବାର ପିଏ ଶତାମ୍ବର ପ୍ରଧାନୀଙ୍କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ନିଲମ୍ବିତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri