ଜୟୀ ରାଜଗୁରୁଙ୍କ ଆତ୍ମବଳିକୁ ସ୍ମରଣ କରି ଦେଶ ପାଇଁ କାର୍ଯ୍ୟ କରିବା ଉଚିତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ମହାନ୍‌ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ମଙ୍ଗଳବାର ସୂଚନା ଭବନଠାରେ ପାଳିତ ହୋଇଯାଇଛି। ରାଜ୍ୟ ଜଳ ସମ୍ପଦ ତଥା ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଜୟୀ ରାଜଗୁରୁଙ୍କୁ ସ୍ବାଧୀନତା ସଂଗ୍ରାମର ପ୍ରଥମ ଶହୀଦଭାବେ ଅଭିହିତ କରିଥିଲେ। ଦେଶ ଓ ଜାତି ପାଇଁ ସେ ଯେପରି ଆତ୍ମବଳି ଦେଇଯାଇଛନ୍ତି, ତାହାକୁ ସ୍ମରଣ କରି ସଂକଳ୍ପବଦ୍ଧ ହୋଇ ଦେଶ ପ୍ରଗତି ପାଇଁ କାର୍ଯ୍ୟ କରିବାକୁ ମନ୍ତ୍ରୀ ଆହ୍ବାନ ଦେଇଥିଲେ।
ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା ସମ୍ମାନିତ ଅତିଥିଭାବେ ଯୋଗଦେଇ ଶହୀଦ ଜୟୀ ରାଜଗୁରୁଙ୍କ ଜୀବନୀ ଉପରେ ଅଧିକରୁ ଅଧିକ ଗବେଷଣା କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ମୁଖ୍ୟବକ୍ତା ଭାବେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଇତିହାସ ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡ. ରାମଚନ୍ଦ୍ର ମିଶ୍ର ଯୋଗଦେଇ ଜୟୀ ରାଜଗୁରୁଙ୍କ ଜୀବନୀ, ରାଷ୍ଟ୍ରଭକ୍ତି ଓ ସଂଗ୍ରାମ ବିଷୟରେ ବିସ୍ତୃତ ଉପସ୍ଥାପନ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ ସମ୍ପାଦକ ଜଟାଧାରୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଶହୀଦ ଜୟୀ ରାଜଗୁରୁଙ୍କ ଜୀବନୀ ଉପରେ ଆଧାରିତ ଓଡ଼ିଆ ବକ୍ତୃତା ଏବଂ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସୂଚନା ଅଧିକାରୀ ଦୀପ୍ତିମୟୀ ମହାପାତ୍ର କାର୍ଯ୍ୟକ୍ରମ ଉପସ୍ଥାପନା କରିଥିଲେ।
ଏହି ପରିପ୍ରେକ୍ଷୀରେ ସକାଳ ଏଜି ଛକସ୍ଥିତ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପରେ ପରେ ଶହୀଦ ଜୟୀ ରାଜଗୁରୁଙ୍କ ସ୍ମୃତିରେ ସଂକୀର୍ତ୍ତନ ପଦଯାତ୍ରା ଓ ପାଇକ ଆଖଡ଼ା ପ୍ରଦର୍ଶନ କରାଯାଇଥିଲା। ପୂର୍ବାହ୍ନରେ ସୂଚନା ଭବନଠାରେ ଜୟୀ ରାଜଗୁରୁଙ୍କ ଜୀବନୀ ଓ କାର୍ଯ୍ୟାବଳୀ ସମ୍ପର୍କିତ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପୁରୀ ଗଜପତି ଶ୍ରୀଶ୍ରୀ ଦିବ୍ୟସିଂହ ଦେବ ଏହାକୁ ଉଦ୍‌ଘାଟନ କରିଥିଲେ। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟଅତିଥି ଭାବେ ଯୋଗଦେଇଥିବାବେଳେ ବହୁ ବକ୍ତା, ଐତିହାସିକ ଜୟୀ ରାଜଗୁରୁଙ୍କ ସଂଗ୍ରାମ ଓ ବଳିଦାନ ସମ୍ପର୍କରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri