ଝଡ଼ତୋଫାନ, କୁଆପଥର ବର୍ଷା

ଆଠମଲ୍ଲିକ, ୪ା୩(ଡି.ଏନ.ଏ.) – ଅନୁଗୋଳ ଜିଲା ଆଠମଲ୍ଲିକ ସହରରେ ବୁଧବାର ଅପରାହ୍ନରେ ହଠାତ୍‌ ପ୍ରବଳ ବେଗରେ ପବନ ମାଡ଼ିଆସିବା ସହ କୁଆପଥର ବର୍ଷା ହୋଇ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ସ୍ଥାନରେ ଗଛ ଉପୁଡି ପଡିବା ସହ ବିଦ୍ୟୁତ୍‌ ତାର ଛିଣ୍ଡି ଯାଇଛି। ଜୋରରେ ପବନ ବହିବାରୁ ଆଠମଲ୍ଲିକ ଏନଏସି ସିଦ୍ଧପୁର ଗ୍ରାମର ଦୀନବନ୍ଧୁ ପ୍ରଧାନଙ୍କ ଛେଳି ଗୁହାଳ ଭାଙ୍ଗି ଯାଇଥିଲା। ଫଳରେ ସେଠାରେ ଥିବା ୨ଶହ ମେଣ୍ଢାରୁ ୯ଟିର ମୃତ୍ୟୁ ଘଟିଛି। ସେହିପରି ଆଠମଲ୍ଲିକ ଥାନା ଆଇଆଇସି ପ୍ରିୟବ୍ରତ ଦାସଙ୍କ ସରକାରୀ ବାସଭବନ ଉପରେ ଏକ ବିଶାଳ ଲିମ୍ବ ଗଛ ଉପୁଡି ପଡିଥିଲା। ଆଇଆଇସି ଘରେ ଥିବାବେଳେ ସେ ସୁରକ୍ଷିତ ଥିବା ଜଣାପଡିଛି। ଏଥିସହ ଏକ ଶାଗୁଆନ ଗଛ ଭାଙ୍ଗି ତାଙ୍କ ବାସଭବନର ଗେଟରେ ପଡିଛି। ସ୍ଥାନୀୟ ମୋଚିସାହିର ଯୁବକ ମଧୁମେୟ ତାଙ୍କ ଦୋକାନ ଘର ପୂଜା କରୁଥିବା ବେଳେ ଏକ ବିରାଟ ଗଛ ଉପରେ ପଡ଼ିବାରୁ ତାଙ୍କର ଗୋଟିଏ ଗୋଡ ଭାଙ୍ଗି ଯାଇଛି l ତୁରନ୍ତ ତାଙ୍କୁ ଆଠମଲ୍ଲିକ ଡାକ୍ତରଖାନା ଓ ପରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସହରର ଦୁର୍ଗା ବଜାର, ଗଣେଶ ବଜାର, ଗାନ୍ଧୀଛକ, ଉଠାଜଳ ସେଚନ ବିଭାଗ, ବ୍ଲକ ସମ୍ମୁଖ, ବରଗାଁ ରାସ୍ତା, ତହସିଲ ଅଫିସ ରାସ୍ତା, ରାଜବାଟି ରାସ୍ତା ଇତ୍ୟାଦି ସ୍ଥାନରେ ବଡ ବଡ଼ ଗଛ ଭାଙ୍ଗି ଯାଇ ରାସ୍ତା ଅବରୋଧ ହୋଇଛି। ସେହିପରି ଅନେକ ସ୍ଥାନରେ ଗଛଗୁଡିକ ବିଦ୍ୟୁତ୍‌ ତାର ଉପରେ ପଡିଥିବାରୁ ସହରରେ ବିଦ୍ୟୁତ୍‌ ସରବରାହ ବିଚ୍ଛିନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri