ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୬(ବ୍ୟୁରୋ):ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ୦.୯ କି.ମି. ଉପରେ ଏକ ଟ୍ରପ୍‌ଲାଇନ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଛତିଶଗଡ଼ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବରଗଡ଼, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, କଟକ ଏବଂ ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।