ଝଡ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

ବାମରା, ୨୬।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକର ବିଭିନ୍ନ ଅଞ୍ଚଳରେ ଶୁକ୍ରବାର ଦିନ ପ୍ରବଳ ଝଡ ବର୍ଷା ହେବା ଫଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କେତେକ ସ୍ଥାନରେ କୁଆପଥର ମାଡ ହୋଇଛି। ଶୁକ୍ରବାର ଅପରାହ୍ନ ପ୍ରାୟ ୧ଟାରେ ବାମରା ବ୍ଲକ ସଦର ମହକୁମା ଗୋବିନ୍ଦପୁର, ବାଉଁଶଲଗା ଆଦି ଅଞ୍ଚଳରେ ପ୍ରବଳ ବର୍ଷାପବନ ସହ ଅଧ ଘଣ୍ଟା ଧରି କୁଆ ପଥର ପଡିଥିଲା । ସେହିଭଳି ବ୍ଲକର ଜରାବଗା ପଞ୍ଚାୟତରେ ସବୁଠୁ ବେଶି କ୍ଷତି ହୋଇଥିବା ଜଣାପଡିଛି । ଜରାବଗା ଅଞ୍ଚଳର ବେହେଡାମାଲଠାରେ ଗଛ ପଡି ଗୋଟିଏ ବଳଦର ମୃତ୍ୟୁ ଘଟିଛି। ସେହି ଗାଁର ଶିବ ମାଝୀ, ବିଲୁଙ୍ଗ ଗ୍ରାମର ଗମ୍ଭାରି ମାଝୀ, କର୍ଲିଆଡିହି ଖଡିଆ ପଡାର ଧନୁ ନାଏକଙ୍କ ଘରର ଛପର ଓ ଅଜବେଷ୍ଟସ ଆଦି ଭାଙ୍ଗି ଯାଇଛି। ଲରିଆପାଲି ପଞ୍ଚାୟତରେ ମଧ୍ୟ ବହୁ କ୍ଷୟକ୍ଷତି ଘଟିଥିବା ବେଳେ ବିଛୁଖଲିଆ ଗାଁର ମଙ୍ଗଳୁ ଟପ୍ପୋଙ୍କ ଘର ଉପରେ ଗଛ ପଡି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ରଙ୍ଗିଆଟିକ୍ରା ପଞ୍ଚାୟତ ତୁରିପଡାର ପୂଜା ପ୍ରଧାନ ଓ ରାଜେନ୍ଦ୍ର ବାଘଙ୍କ ଘର ଭାଙ୍ଗି ଯାଇଥିବା ଖବର ମିଳିଛି। ଜରାବଗା ଓ ଘୁନ ଘୁଟି ଛକ ମଧ୍ୟବର୍ତ୍ତୀ ରାସ୍ତା ଉପରେ କେତେକ ବିଦ୍ୟୁତ ଖୁଣ୍ଟ ଉପୁଡି ଯାଇଥିବା ବେଳେ ବଡ ବଡ ଗଛ ଭାଙ୍ଗି ରାସ୍ତା ଜାମ ହୋଇପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri