ଝରକା ବାଟେ ବାହାରକୁ ଗରମ ପାଣି ଫିଙ୍ଗିଲେ ସହାୟିକା, ଅଙ୍ଗନଓ୍ବାଡି ଶିଶୁ ଗୁରୁତର

ସୋନପୁର/ବୀରମହାରାଜପୁର,୧୪।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଜଟିଆପାଲି ଅଙ୍ଗନୱାଡି କେନ୍ଦ୍ରରେ ମଙ୍ଗଳବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି। କେନ୍ଦ୍ରର ସହାୟିକା ବେଦମତୀ ମହାକୁର ଶିଶୁକନ୍ୟା ପ୍ରୀତିମୟୀ ମହାକୁର(୩)ଙ୍କ ଉପରକୁ ଗରମ ପାଣି ଫିଙ୍ଗି ଦେବାରୁ ତାଙ୍କ ଶରୀରର ୬୦ ପ୍ରତିଶତ ପୋଡି ଯାଇଛି। ପେଟ ଓ ଛାତିରେ ଚମଡା ଉଠି ଯାଇଛି। ପରିବାର ଲୋକେ ଶିଶୁକନ୍ୟାକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସାଳୟରେ ପୋଡା ଘା ଚିକିତ୍ସା ପାଇଁ ସ୍ବତନ୍ତ୍ର କକ୍ଷ ନଥିବାରୁ ପ୍ରାଥମିକ ଚିକିତ୍ସା ପରେ ଶଲ୍ୟ ବିଶେଷଜ୍ଞ ଡାକ୍ତର ଦୁର୍ଗାଦତ୍ତ ଦାଶଙ୍କ ପରାମର୍ଶକ୍ରମେ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ପାଇ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା ଏବଂ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ କୁମାର ନାୟକ ସ୍ବାସ୍ଥ୍ୟକେନ୍ଦ୍ରରେ ଶିଶୁକନ୍ୟାକୁ ଭେଟିଥିଲେ। ଅତିରିକ୍ତ ଜିଲାପାଳ ଚିକିତ୍ସା ପାଇଁ ରେଡକ୍ରସରୁ ୩୦ ହଜାର ଟଙ୍କା ମଞ୍ଜୁର କରିବା ସହିତ ବୁର୍ଲାରେ ଶିଶୁର ଚିକିତ୍ସା ପାଇଁ ଦାୟିତ୍ୱରେ ଥିବା ଡାକ୍ତରଙ୍କ ସହିତ ଫୋନରେ କଥା ହୋଇଥିଲେ। ଏହି ଘଟଣାର ତଦନ୍ତ ପାଇଁ ଅତିରିକ୍ତ ଜିଲାପାଳ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସନ୍ଧ୍ୟାରେ ଜଟିଆପାଲିରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ସ୍ଥାନୀୟ ଅଙ୍ଗନୱାଡି ସୁପରଭାଇଜର ମମତାମୟୀ ପଧାନ ତାଙ୍କର ତଦନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ବୀରମହାରାଜପୁର ଉପଜିଲାପାଳ ଓ ଜିଲା ସମାଜମଙ୍ଗଳ ଅଧିକାରୀଙ୍କୁ ପ୍ରଦାନ କରିଥିବା ରିପୋର୍ଟରେ ପ୍ରୀତିମୟୀ ପରିଶ୍ରା ପାଇଁ ବାହାରକୁ ଯାଇଥିଲେ। ଏହି ସମୟରେ ଅଙ୍ଗନୱାଡି କେନ୍ଦ୍ରର ସହାୟିକା ବେଦମତୀ ଅଣ୍ଡା ଶିଝା ହୋଇ ରହିଥିବା ଗରମ ପାଣିକୁ ରୋଷେଇ ଘର ଝରକା ଦେଇ ଶିଶୁ ଉପରକୁ ପିଙ୍ଗି ଦେଇଥିବା ଉଲ୍ଲେଖ କରିଛନ୍ତି। ତେବେ ମାନବିକତା ଦୃଷ୍ଟିରୁ କେନ୍ଦ୍ରର କର୍ମୀ ଓ ସହାୟିକା ଶିଶୁକନ୍ୟାର ଚିକିତ୍ସା ପାଇଁ ଉଦ୍ୟମ କରି ନ ଥିବା ଶିଶୁକନ୍ୟାର ମା ପ୍ରିୟଦର୍ଶନୀ ଓ ବାପା ପଞ୍ଚାନନ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ ଅସ୍ତେରିଆ କର୍କେଟା କୁହନ୍ତି, ପ୍ରାଥମିକ ତଦନ୍ତରୁ ଉଭୟ ଅଙ୍ଗନୱାଡି କର୍ମୀ ମମତା ମୁନା ଓ ସହାୟିକା ମହାକୁରଙ୍କ ଗୁରୁତର ତୃଟି ଥିବା ପରିଲକ୍ଷିତ ହେଉଛି। କର୍ତ୍ତବ୍ୟରେ ଅବହେଳା ଯୋଗୁଁ ଉଭୟଙ୍କୁ ଚାକିରିରୁ ଅନ୍ତର କରାଯିବ। ଅତିରିକ୍ତ ଜିଲାପାଳ ପଣ୍ଡା କହିଥିଲେ ଆମେ ପ୍ରଥମେ ଶିଶୁର ଚିକିତ୍ସା କଥା ଚିନ୍ତା କରୁଛୁ। ସେ ଶୀଘ୍ର ଭଲ ହୋଇ ଫେରି ଆସୁ । ଜିଲା ଶିଶୁ ସୁରକ୍ଷା ଅଧିକାରୀ ଓ ସିଡିପିଓଙ୍କ ତଦନ୍ତ ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri