Posted inଜାତୀୟ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୋରେନ

ରାଞ୍ଚି,୨୯।୧୨: ଝାଡ଼ଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ ରବିବାର ମୋହରାବଦି ଗ୍ରାଉଣ୍ଡରେ ଶପଥ ନେଇଛନ୍ତି। ରାଜ୍ୟପାଳ ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଉତ୍ସବରେ ବହୁ ନେତାମନ୍ତ୍ରୀ ମଧ୍ୟ ଯୋଗ ଦେଇଥିଲେ। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ରାହୁଲ ଗାନ୍ଧୀ, ରାଜସ୍ଥାନ ମୁଖ୍ୟମନତ୍ରୀ ଅଶୋକ ଗେହଲଟ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ଆର୍‌ ଜେଡି ନେତା ତେଜସ୍ବୀ ଯାଦବ, ଆମ୍‌ ଆଦମୀ ପାର୍ଟି(ଏଏପି) ଏମ୍‌ପି ସଞ୍ଜୟ ସିଂ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମ୍‌କେ ନେତା ଏମ୍‌କେ ଷ୍ଟାଲିନ, କାନିମୋଝି ପ୍ରମୁଖ ଯୋଗ ଦେଇଥିଲେ। ଝାଡ଼ଖଣ୍ଡର ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ହେମନ୍ତ ସୋରେନଙ୍କ ପିତା ଶିବୁ ସୋରେନ ମଧ୍ୟ ଏହି ଉତ୍ସବରେ ଉପସ୍ଥିତ ଥିଲେ। ନୂଆ ଝାଡ଼ଖଣ୍ଡ ଗଠନ ପାଇଁ ଶପଥ ଗ୍ରହଣ ସମାରୋହକୁ ସୋରେନ ‘ସଂକଳ୍ପ ଦିବସ’ ବୋଲି କହିଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ନେତା ରାମେଶ୍ୱର ଓରାନ ଓ ଆର୍‌ଜେଡି ନେତା ସତ୍ୟାନନ୍ଦ ଭୋଗତା ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଜନତା ପାର୍ଟି(ଭାଜପା)କୁ ହରାଇ ଏଥର ମେଣ୍ଟ ସରକାର ଝାଡ଼ଖଣ୍ଡର ଶାସନ ଭାର ହାତକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri