Posted inଜାତୀୟ

ଝାଡ଼ଖଣ୍ଡ: ୪ର୍ଥ ପର୍ଯ୍ୟାୟରେ ୬୨% ମତଦାନ

ରାଞ୍ଚତ୍,୧୭ା୧୨(ଆଇଏଏନ୍‌ଏସ୍‌): ଝାଡ଼ଖଣ୍ଡରେ ସୋମବାର ଅନୁଷ୍ଠିତ ଚତୁର୍ଥ ପର୍ଯ୍ୟାୟ ଭୋଟରେ ୬୨.୪୬ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ଦେଓଘର, ଗିରିଡିହ, ବୋକାରୋ ଏବଂ ଧାନବାଦ ଜିଲାର ୧୫ ଆସନ ଲାଗି ଭୋଟଗ୍ରହଣ ହୋଇଥିଲା। ପ୍ରବଳ ଥଣ୍ଡା ସାଙ୍ଗକୁ ମାଓବାଦୀମାନଙ୍କ ଭୋଟ ବର୍ଜନ ଆହ୍ବାନ ସତ୍ତ୍ୱେ ବହୁସଂଖ୍ୟାରେ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି। ଏହି ପର୍ଯ୍ୟାୟରେ ୨୩ ମହିଳାଙ୍କ ସମେତ ୨୨୧ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ମୋଟ ୪୭,୮୧,୪୨୨ ଭୋଟର ୬୧୦୧ଟି ଭୋଟକେନ୍ଦ୍ରରେ ମତଦାନ ସାବ୍ୟସ୍ତ କରିଥିଲେ। ସେଥିରୁ ମାଓ ପ୍ରଭାବିତ ଅଞ୍ଚଳର ୫୮୭ଟି ବୁଥ୍‌ ଅତି ସମ୍ବେଦନଶୀଳ ଓ ୪୦୫ଟି ସମ୍ବେଦନଶୀଳ ଥିବାବେଳେ ଅଣମାଓବାଦୀ ଅଞ୍ଚଳରେ ୫୪୬ଟି ବୁଥ୍‌ ଅତି ସମ୍ବେଦନଶୀଳ ଚିହ୍ନଟ କରାଯାଇ ସେଠାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ୯ଟି ଆସନରେ ଭାଜପା ସହ କଂଗ୍ରେସ-ଜେଏମ୍‌ଏମ୍‌-ଆର୍‌ଜେଡି ମେଣ୍ଟର ପ୍ରତିଦ୍ୱନ୍ଦ୍ୱିତା ହୋଇଥିବାବେଳେ ଅନ୍ୟ ୬ଟିରେ ତ୍ରିମୁଖୀ ଲଢ଼େଇ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri