ଝାବେରୀଙ୍କ ପରେ ଖାଲିପଡ଼ିଛି ମୁଖ୍ୟ ବିଚାରପତି ପଦ

କଟକ ଅଫିସ୍‌,୨୦।୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କ ନାମ ଶନିବାର ସୁପ୍ରିମକୋର୍ଟ କଲେଜିୟମ ସୁପାରିଶ କରିଛନ୍ତି। ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଜାନୁୟାରୀ ପ୍ରଥମ ସପ୍ତାହରେ ଅବସର ଗ୍ରହଣ କରିବା ପରଠାରୁ ଉକ୍ତ ପଦ ଖାଲିପଡ଼ିଛି। ଜଷ୍ଟିସ ଝାବେରୀ ୨୦୧୮ ଅଗଷ୍ଟ ୧୨ରେ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇବାପରେ ପ୍ରାୟ ୧୬ମାସ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ। ତାଙ୍କ ଅବସର ପରେ ଗତ ଜାନୁୟାରୀ ୪ତାରିଖରେ ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡାଙ୍କୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ମିଳିଥିଲା। ବରିଷ୍ଠତା ଭିତ୍ତିରେ ଜଷ୍ଟିସ୍‌ ପଣ୍ଡାଙ୍କୁ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିଲେ। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ହେବାରେ ସେ ଥିଲେ ଓଡ଼ିଶା ହାଇକୋର୍ଟର ପ୍ରଥମ ମହିଳା ବିଚାରପତି । ଅପରପକ୍ଷେ ଗତ ଫେବୃୟାରୀରେ ବମ୍ବେ ହାଇକୋର୍ଟର ବରିଷ୍ଠ ବିଚାରପତି ସତ୍ୟରଞ୍ଜନ ଧର୍ମାଧିକାରୀ ଇସ୍ତଫା ଦେଇଥିଲେ। ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଥିବା ଯୋଗୁ ସେ ଇସ୍ତଫା ଦେଇଥିବା ଚର୍ଚ୍ଚା ହୋଇଥିଲା। ବମ୍ବେକୁ ଛାଡ଼ି ସେ ଓଡ଼ିଶା ଯିବାକୁ ଚାହୁଁ ନଥିବା ଜାତୀୟ ଗଣମାଧ୍ୟମକୁ ବିବୃତି ଦେଇଥିଲେ। ଓଡ଼ିଶା ହାଇକୋର୍ଟରେ ୨୭ବଦଳରେ ବର୍ତ୍ତମାନ ୧୪ଜଣ ବିଚାରପତି କାର୍ଯ୍ୟ କରୁଛନ୍ତି। ଜଷ୍ଟିସ୍‌ ରଫିକ୍‌ଙ୍କ ନିଯୁକ୍ତି ପରେ ଏହି ସଂଖ୍ୟା ୧୫ରେ ପହଞ୍ଚିବ ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri