ଝାମ୍ପି ନେଲେ ଛାତ୍ରୀଙ୍କ ମୋବାଇଲ ଫୋନ

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ରେଳଷ୍ଟେଶନ ନିକଟ ରେଳବାଇ କଲୋନୀ ଦେଇ ଜଣେ ଛାତ୍ରୀ ଶନିବାର ଅନନ୍ତ ନଗରରେ ଥିବା ତାଙ୍କ ମେସକୁ ଯାଉଥିବା ବେଳେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଛନ୍ତି। ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ବି ଟେକ ପଢ଼ୁଥିବା ଛାତ୍ରୀ ସୁଜ୍ଞାନୀ ପଣ୍ଡା ଓ ତାଙ୍କ ଭଉଣୀ ପୂଜା ଛତ୍ରପୁରରୁ ବିଶାଖା ଏକ୍ସପ୍ରେସରେ ଆସି ବ୍ରହ୍ମପୁର ରେଳଷ୍ଟେଶନରେ ପହଞ୍ଚିଥିଲେ। ୨ ଭଉଣୀ ଚାଲି ଚାଲି ଫୋନରେ କଥାହୋଇ ଯାଉଥିଲେ। ଦୁର୍ବୃତ୍ତମାନେ ବାଇକ୍‌ରେ ତାଙ୍କ ପଛପଟୁ ଆସି ଛାତ୍ରୀଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଥିଲେ। ପରେ ଛାତ୍ରୀଦ୍ୱୟ ରେଳବାଇ ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଅଭିଯୋଗ କରିଥିଲେ। ଏସ୍‌ଆଇ ଗଣପତି ବେହେରା ଅଭିଯୋଗକାରୀ ଛାତ୍ରୀ ସୁଜ୍ଞାନୀଙ୍କ ସହ ଘଟଣାସ୍ଥଳକୁ ଯାଇ ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିଥିଲେ ।
ରାମନଗରର ସୁମତି ଜେନା ରେଳଷ୍ଟେଶନ ଦେଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କର ମଧ୍ୟ ଏକ ମୋବାଇଲ ଫୋନ ଝାମ୍ପି ନେଇଥିଲେ। ପୋଲିସ ପାଟ୍ରୋଲିଂ ଠିକ୍‌ଭାବେ ହେଉ ନ ଥିବାରୁ ଦୁର୍ବୃତ୍ତମାନେ ଏଭଳି ଘଟଣା ଘଟାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri