ଝାରପଡ଼ା ଜେଲରେ ପ୍ରଦୀପ ସେଠୀଙ୍କ ଆତ୍ମହତ୍ୟା ଉଦ୍ୟମ, ଏସ୍‌ସିବି ସ୍ଥାନାନ୍ତର

ଭୁବନେଶ୍ୱର/କଟକରୋଡ,୨୨।୧(ବ୍ୟୁରୋ/ ଡି.ଏନ୍‌.ଏ.): ଭୁବନେଶ୍ୱର ଝାରପଡ଼ା ସ୍ବତନ୍ତ୍ର ଜେଲରେ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ସଂସ୍ଥାର ମୁଖ୍ୟ ପ୍ରଦୀପ ସେଠୀ। ସେ ଶୌଚାଳୟରେ ଇନଭର୍ଟର ତାର ବେକରେ ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ଜଣାପଡ଼ିବା ପରେ ତାଙ୍କୁ ଉଦ୍ଧାର କରାଯାଇଥିଲା। ଏହାକୁ ମିଶାଇ ପ୍ରଦୀପ ୩ଥର ଆତ୍ମହତ୍ୟା ଉଦ୍ୟମ କଲେଣି। ତେବେ ବାରମ୍ବାର ଆତ୍ମହତ୍ୟା କରିବାକୁ ଚେଷ୍ଟା କରୁଥିବା ଯୋଗୁ ତାଙ୍କୁ କଟକ ଏସ୍‌ସିବି ମାନସିକ ରୋଗ ବିଭାଗକୁ ପଠାଯାଇଥିବା ସୂଚନା ମିଳିଛି।

ଚିଟ୍‌ଫଣ୍ଡ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ପ୍ରଦୀପ ଝାରପଡ଼ା ଜେଲରେ ରହୁଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ କୌଣସି କାରଣକୁ ନେଇ ଜେଲର କିଛି କର୍ମଚାରୀଙ୍କ ସହ ତାଙ୍କର ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସେ ଏକ ଇନଭର୍ଟର ତାର ନେଇ ଟଏଲେଟ ଭିତରକୁ ପଳାଇଥିଲେ। ଶୌଚାଳୟକୁ ଯିବା ରାସ୍ତାରେ ୩ଟି କବାଟ ଭାଙ୍ଗିବା ସହ ବେକରେ ତାର ଗୁଡ଼ାଇ ଏକ ଝରକା ରେଲିଂରେ ଝୁଲିପଡ଼ିଥିଲେ। ଜେଲର କର୍ମଚାରୀମାନେ ପ୍ରଦୀପ ନ ଥିବା ଜାଣିବା ପରେ ତାଙ୍କୁ ଖୋଜା ଯାଇଥିଲା। ପରେ ସେ ଶୌଚାଳୟ ମଧ୍ୟରେ ତଳେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଜେଲ ଅଧିକ୍ଷକ ଶୁଭକାନ୍ତ ମିଶ୍ରଙ୍କ ସହ ଅନ୍ୟ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଜେଲ ପରିସରରେ ଥିବା ଡାକ୍ତରଖାନାରେ ଚିକିତ୍ସା କରାଇଥିଲେ। ହେଲେ ବାରମ୍ବାର ସେ ଆତ୍ମହତ୍ୟା ଉଦ୍ୟମ କରୁଥିବାରୁ ଚିକିତ୍ସା ପାଇଁ ତାଙ୍କୁ ଏସ୍‌ସିବି ସ୍ଥାନାନ୍ତର କରାଯାଇଥିବା ଅଧୀକ୍ଷକ ମିଶ୍ର କହିଛନ୍ତି। ପ୍ରଦୀପଙ୍କ ଆତ୍ମହତ୍ୟା ବାବଦରେ ସ୍ଥାନୀୟ ଲକ୍ଷ୍ମୀସାଗର ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ବେଳେ ଘଟଣା ନେଇ ଜେଲ ବିଭାଗ, ଖୋର୍ଦ୍ଧା ଜିଲାପାଳ ଓ ଭୁବନେଶ୍ୱର ଡିସିପିଙ୍କୁ ଜଣାଯାଇଥିବା ଜଣେ ଜେଲ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?