ଝାରସୁଗୁଡ଼ାକୁ ଫେରିବେ ୫, ୪୦୯ ପ୍ରବାସୀ: ଅନ୍‌ଲାଇନ୍ ରେଜିଷ୍ଟ୍ରେଶନ କଲେଣି ୫,୧୨୩

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାକୁ ଲକ୍‌ଡାଉନ୍‌ ପରେ ଫେରିବେ ୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ। ଏଥିପାଇଁ ସେମାନେ ଅନ୍‌ଲାଇନ୍‌ ଯୋଗେ ରେଜିଷ୍ଟ୍ରେଶନ କରିଛନ୍ତି। ସେମାନେ ଆସିବା ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏନେଇ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝି ସୂଚନା ଦେଇଛନ୍ତି।
ଜିଲାର ପ୍ରବାସୀଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ ସର୍ଭେ କରାଯାଇଥିଲା। ୫ଟି ବ୍ଲକ ଓ ୩ଟି ମ୍ୟୁନିସିପାଲଟିରେ ସର୍ଭେ ପରେ ଜିଲା ବାହାରେ ୫ ହଜାର ୪୦୯ ଜଣ ରହୁଥିବା ଜଣାପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ୫ ହଜାର ୧୨୩ ପ୍ରବାସୀ ଅନଲାଇନ୍‌ ଯୋଗେ ରେଜିଷ୍ଟ୍ରେଶନ କରିସାରିଛନ୍ତି। ଲକ୍‌ଡାଉନ୍‌ ସରିବା ପରେ ସେମାନେ ଆସିଲେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ। ଏଥିପାଇଁ ସମସ୍ତ ବ୍ଲକ ଓ ପୌରାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ବ୍ୟବସ୍ଥା କରାଯାଇଛି।
ସୂଚନାଯୋଗ୍ୟ ଯେ, ଝାରସୁଗୁଡ଼ା ବ୍ଲକରୁ ୪୬୯ଜଣ, କିର୍ମିରାରୁ ୨୯୦, କୋଲାବିରାରୁ ୨୯୫, ଲଇକେରାରୁ ୪୮୭, ଲଖନପୁରରୁ ୮୯୭, ଝାରସୁଗୁଡ଼ା ମ୍ୟୁନିସିପାଲିଟିରୁ ୧୧୫୯, ବ୍ରଜରାଜନଗରରୁ ୧୨୭୦ ଓ ବେଲପାହାଡ଼ରୁ ୨୫୬ ଜଣ ପ୍ରବାସୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri