ଝାରସୁଗୁଡ଼ାକୁ ଫେରିବେ ୫, ୪୦୯ ପ୍ରବାସୀ: ଅନ୍‌ଲାଇନ୍ ରେଜିଷ୍ଟ୍ରେଶନ କଲେଣି ୫,୧୨୩

ଝାରସୁଗୁଡ଼ା ଅଫିସ,୩୦ା୪: ଝାରସୁଗୁଡ଼ା ଜିଲାକୁ ଲକ୍‌ଡାଉନ୍‌ ପରେ ଫେରିବେ ୫ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ। ଏଥିପାଇଁ ସେମାନେ ଅନ୍‌ଲାଇନ୍‌ ଯୋଗେ ରେଜିଷ୍ଟ୍ରେଶନ କରିଛନ୍ତି। ସେମାନେ ଆସିବା ପରେ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏନେଇ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝି ସୂଚନା ଦେଇଛନ୍ତି।
ଜିଲାର ପ୍ରବାସୀଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ ସର୍ଭେ କରାଯାଇଥିଲା। ୫ଟି ବ୍ଲକ ଓ ୩ଟି ମ୍ୟୁନିସିପାଲଟିରେ ସର୍ଭେ ପରେ ଜିଲା ବାହାରେ ୫ ହଜାର ୪୦୯ ଜଣ ରହୁଥିବା ଜଣାପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ୫ ହଜାର ୧୨୩ ପ୍ରବାସୀ ଅନଲାଇନ୍‌ ଯୋଗେ ରେଜିଷ୍ଟ୍ରେଶନ କରିସାରିଛନ୍ତି। ଲକ୍‌ଡାଉନ୍‌ ସରିବା ପରେ ସେମାନେ ଆସିଲେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯିବ। ଏଥିପାଇଁ ସମସ୍ତ ବ୍ଲକ ଓ ପୌରାଞ୍ଚଳରେ କ୍ୱାରାଣ୍ଟାଇନ୍‌ ସେଣ୍ଟରର ବ୍ୟବସ୍ଥା କରାଯାଇଛି।
ସୂଚନାଯୋଗ୍ୟ ଯେ, ଝାରସୁଗୁଡ଼ା ବ୍ଲକରୁ ୪୬୯ଜଣ, କିର୍ମିରାରୁ ୨୯୦, କୋଲାବିରାରୁ ୨୯୫, ଲଇକେରାରୁ ୪୮୭, ଲଖନପୁରରୁ ୮୯୭, ଝାରସୁଗୁଡ଼ା ମ୍ୟୁନିସିପାଲିଟିରୁ ୧୧୫୯, ବ୍ରଜରାଜନଗରରୁ ୧୨୭୦ ଓ ବେଲପାହାଡ଼ରୁ ୨୫୬ ଜଣ ପ୍ରବାସୀ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri