ଝାରସୁଗୁଡ଼ା ଅଫିସ,୨୨।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍ଡାଉନ ଜାରିରହିଛି। କିଛି ସ୍ଥାନରେ ଗତ ୨୦ ତାରିଖରୁ ଲକ୍ଡାଉନ କଟକଣା କୋହଳ କରାଯାଇଛି। ତେବେ ଝାରସୁଗୁଡ଼ା ଜିଲାରେ ଏ ପର୍ଯ୍ୟନ୍ତ ଲୋକେ ସଚେତନ ନ ହୋଇ ବାହାରେ ବୁଲୁଥିବା ଦେଖିବାକୁ ମିଳୁଛି। ତେବେ ଜିଲା ପ୍ରଶାସନ ପକ୍ଷରୁ କୌଣସି ଆଖିଦୃଶିଆ ସଚେତନତା କରାଯାଉ ନ ଥିବାବେଳେ ଲୋକଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯାଉଛି। ଜିଲା ପ୍ରଶାସନ ଓ ଜିଲା ପୋଲିସ ପକ୍ଷରୁ ଯେମିତି ଜରିମାନା ଆଦାୟ କରିବାରେ ପ୍ରତିଯୋଗିତା ଲାଗିଛି। ପ୍ରତିଦିନ ସକାଳ ୬ ଟାରୁ ସହରର ବିଭିନ୍ନ ଛକ, ବଜାର ଓ ବଡ ବଡ ଗ୍ରୋସରୀ ଦୋକାନ ନିକଟରେ ପୋଲିସ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତରହି ଲୋକଙ୍କଠାରୁ ଜରିମାନା ଆଦାୟ କରୁଛନ୍ତି। ଫଳରେ ଲୋକେ ସାଇକେଲ, ମୋଟରସାଇକେଲ ଯୋଗେ ଘରୁ ବାହାରୁ ଥିବା ବେଳେ ମୁଖ୍ୟ ରାସ୍ତା କଡ଼ରେ ରଖି ଚାଲି ଚାଲି ଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ ଜନ ଅସନ୍ତୋଷ ଲାଗିରହିଛି। ସେହିପରି ଲକ୍ଡାଉନ ଯୋଗୁ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଥିବା ବେଳେ ସରକାର ଗରିବ ଲୋକଙ୍କୁ ଆର୍ଥିକ ସହଯୋଗ କରୁଛନ୍ତି। ଏପରି ସମୟରେ ଲୋକଙ୍କ ଠାରୁ ଜରିମାନା ଆଦାୟ କରାଯିବ କେତେ ଯୁକ୍ତିଯୁକ୍ତ ବୋଲି ବୁଦ୍ଧିଜୀବୀ ମହଲରେ ଆଲୋଚନା ହେଉଛି।
ଝାରସୁଗୁଡ଼ାରେ କରୋନା କଟକଣା ମାନୁନାହାନ୍ତି ଲୋକେ: ସଚେତନ ନ କରାଇ ଜରିମାନା ଆଦାୟରେ ମାତିଛି ପୋଲିସ
Posted inଆମ ଜିଲା ଖବର, ଝାରସୁଗୁଡ଼ା View All
ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…
ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…
ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି
ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…
ଟ୍ରେନ୍ରେ ପିଟିହୋଇ ମହିଳା ଗୁରୁତର
ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…
ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ
ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…
ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ
ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…
ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ
ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…
ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା
କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…
ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…
ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…
Archives

