ଝାରସୁଗୁଡ଼ାରେ କଲେଜ ଛାତ୍ରଙ୍କୁ ପୋଲିସର ନାଲି ଆଖି

ଝାରସୁଗୁଡା ଅଫିସ,୨ା୪- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ ଡାଉନ କରାଯାଉଛି। ଏହି କଟକଣାକୁ ମାନୁ ନ ଥିବା ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତେବେ କଟକଣାକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନିଆଯାଉଥିବା ଅଭିଯୋଗ ହେଉଛି। ତେବେ ଏହି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବାରୁ ଝାରସୁଗୁଡା ସହରର ଜଣେ କଲେଜ ଛାତ୍ରଙ୍କୁ ପୋଲିସ ନାଲି ଆଖି ଦେଖାଇଛି। ଏହି କଲେଜ ଛାତ୍ର ଜଣକ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରିବାର ଭିଡିଓ ଏବଂ ଜଣେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅଧିକାରୀ ବାଡି ଧରି ବୁଲୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ବୁଲୁଛି, ଯାହା ଏବେ ଜିଲାରେ ଚର୍ଚ୍ଚାର ବିଷୟ ପାଳଟିଛି।
ସୂଚନା ମୁତାବକ ଜଣେ କଲେଜ ଛାତ୍ର ବୁଧବାର ସ୍ଥାନୀୟ ସରବାହାଲ ଅଞ୍ଚଳକୁ ଯାଇଥିଲେ। ଗୁରୁବାର ଅସହାୟମାନଙ୍କୁ ଖାଦ୍ୟ ଯୋଗାଇବା ପାଇଁ ସେମାନେ ଯୋଜନା କରି ଆଲୋଚନା ସାରି ସେଠାରୁ ସେ ଫେରୁଥିଲେ। ଏତିକିବେଳେ ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଜଣେ ଅଧିକାରୀ ତାଙ୍କୁ ଅଟକାଇ ବାଡିରେ ମାଡ ମାରିଥିଲେ। ଏହାକୁ ବିରୋଧ କରି ଏହି କଲେଜ ଛାତ୍ର ଜଣକ ନିଜେ ଏକ ଭିଡିଓ ତିଆରି କରି ପୋଲିସ ଓ ସମ୍ପୃକ୍ତ ପ୍ରଶାସନିକ ଅଧିକାରୀଙ୍କ ନାଁ ନେଇ ନିଜ ଫେସ୍‌ବୁକ୍‌ ଆଇଡିରେ ଛାଡିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ଜାଣିପାରି ପୋଲିସ ତାଙ୍କୁ ଉଠାଇ ନେଇ ଫେସ୍‌ବୁକ୍‌ ଆଇଡିରୁ ଡିଲିଟ କରିବାକୁ କହିଥିଲା। ଶେଷରେ ତାଙ୍କୁ ଚେତାବନୀ ଦେଇ ଛାଡି ଦେଇଥିବା ଝାରସୁଗୁଡା ଥାନା ଅଧିକାରୀ ସାବିତ୍ରୀ ବଳ କହିଛନ୍ତି। ସେହିପରି ଲକ୍‌ ଡାଉନ୍‌ ସମୟରେ ମାଜିଷ୍ଟ୍ରଟ ଡ୍ୟୁଟିରେ ଥିବା ଜଣେ ଅଧିକାରୀ ହାତରେ ଏକ ବାଡି ଧରି ସହରର ବିଭିନ୍ନ ଦୋକାନ ଓ ବଜାରରେ ବୁଲୁଥିବା ଏକ ଫଟୋ ଭାଇରାଲ ହୋଇଛି। ହେଲେ ସମ୍ପୃକ୍ତ ଅଧିକାରୀଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri